ସାର ଅଭାବ, କୃଷକଙ୍କ ସମସ୍ୟା ନେଇ ବିଜେଡିର ଆନ୍ଦୋଳନ

ଛତ୍ରପୁର,୧ା୯(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ସାର ଅଭାବ ଏବଂ କୃଷକମାନଙ୍କ ବିଭିନ୍ନ ସମସ୍ୟା ନେଇ ଜିଲା ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ନେତୃତ୍ୱରେ ଜିଲାର ବହୁ ପୂର୍ବତନ ବିଧାୟକ ଏବଂ ନେତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ଅତିରିକ୍ତ ଜିଲାପାଳ ସୁନୀଲ କେର୍କେଟାଙ୍କୁ ପ୍ରଦାନ କରିଥିଲେ l

ଚାଷୀଙ୍କ ପ୍ରତି ଅନ୍ୟାୟକୁ ବିଜେଡି କେବେ ବି ସହ୍ୟ କରିପାରିବ ନାହିଁ ବୋଲି ନେତାମାନେ କହିଥିଲେ। ଚଳିତ ଖରିଫ ଋତୁରେ ଚାଷୀ ପର୍ଯ୍ୟାପ୍ତ ପରିମାଣରେ ୟୁରିଆ ଓ ଅନ୍ୟାନ୍ୟ ସାର ପାଇପାରୁନାହାନ୍ତି। ଚାଷୀ ପଞ୍ଜୀକରଣ ଜଟିଳ ପ୍ରକ୍ରିୟା ଏବଂ ପଞ୍ଜୀକରଣ ନିମନ୍ତେ କମ ଅବଧି ମିଳିଥିବାରୁ ଅନେକ ଯୋଗ୍ୟ ଚାଷୀ ଏଥିରୁ ବଞ୍ଚିତ ହୋଇଛନ୍ତି।

ଗତବର୍ଷ ଖରିଫ ଧାନ ଅମଳ ସମୟର ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ମିଳି ପାରିନାହିଁ। ଅନ୍ୟପକ୍ଷେ ନିଅଣ୍ଟିଆ ବର୍ଷା ବେଳେ ଜଳ ସେଚନର ସୁବିଧା କରାଯାଉ ନ ଥିବା ନେଇ ବିଜେଡି ପକ୍ଷରୁ ଅଭିଯୋଗ ହୋଇଛି। ଏ ସମସ୍ତ ସମସ୍ୟାର ସମାଧାନ ଲାଗି ସେମାନେ ଦାବି କରିଛନ୍ତି।

ଦାବିପତ୍ର ପ୍ରଦାନ ବେଳେ ପୂର୍ବତନ ଏମ୍‌ପି ଚନ୍ଦ୍ର ଶେଖର ସାହୁ, ବିଜେଡି ରାଜ୍ୟ ସମ୍ପାଦକ ଭୃଗୁ ବକ୍ସିପାତ୍ର, ପୂର୍ବତନ ବିଧାୟକ ଡ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ସୁବାଷ ଚନ୍ଦ୍ର ବେହେରା, ଲତିକା ପ୍ରଧାନ, ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ସୂର୍ଯ୍ୟମଣି ବୈଦ୍ୟ, ମଞ୍ଜୁଳା ସ୍ବାଇଁ, ଶ୍ରୀକାନ୍ତ ସାହୁ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାଷ ମହାରଣା ଓ କୈଳାଶ ରଣା, ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଉପାଧ୍ୟକ୍ଷା ରାଜେଶ୍ୱରୀ ଦୋରା, ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତାଙ୍କ ପ୍ରତିନିଧି ଦେବାନନ୍ଦ ମହାପାତ୍ର, ଶ୍ରୀରୁପ ଦେବ ପ୍ରମୁଖଙ୍କ ସମେତ ବହୁ ନେତା,କର୍ମୀ ଉପସ୍ଥିତ ଥିଲେ।

(((((ଫଟୋ)))


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri