Posted inରାଜ୍ୟ

ସଂଖ୍ୟାନୁପାତରେ ସଂରକ୍ଷଣ ଦାବି ନେଇ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର, ୨୨।୫,(ସୁନିତ୍‌ ମିଶ୍ର):ରାଜ୍ୟରେ ଏସ୍‌ଇବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ଏବଂ ଏସ୍‌ସି, ଏସ୍‌ଟି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟ ବୈଷୟିକ ଓ ବୃତ୍ତିଗତ ଶିକ୍ଷା କ୍ଷେତ୍ରରେ ୩୮.୭୫ ପ୍ରତିଶତ ସଂରକ୍ଷଣ ଦାବି ନେଇ ବିଜେଡି ପକ୍ଷରୁ ବୁଧବାର ରାଜଭବନ ସମ୍ମୁଖରେ ବିଶାଳ ଗଣଧାରଣା ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେଡିର ହଜାର ହଜାର କର୍ମୀ, ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହି ସରକାର ବିରୋଧରେ ଗର୍ଜିଛନ୍ତି। ବିଜେଡି ବିଧାୟକ ତଥା ଦଳର ଓବିସି ସେଲ୍‌ ଆବାହକ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅରୁଣ କହିଛନ୍ତି, ବିଜେଡି ପକ୍ଷରୁ ରାଜଭବନ ଆଗରେ ସ୍ବତଃପ୍ରବୃତ୍ତ ଭାବେ ହଜାର ହଜାର ସଂଖ୍ୟାରେ ଜନସାଧାରଣ ଛୁଟିଆସି ଏସ୍‌ସି, ଏସ୍‌ଟି ଏବଂ ଓବିସି ଛାତ୍ରୀଛାତ୍ରମାନଙ୍କୁ ମେଡିକାଲ, ଇଞ୍ଜିନିୟରିଂ ଏବଂ ଟେକ୍ନିକାଲ ବିଷୟରେ ସଂରକ୍ଷଣ ଦେବା ଲାଗି ଦାବି କରିଛନ୍ତି। ଭାଜପା ସରକାର କେବଳ ସାଧାରଣ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଘୋଷଣା କରିଛନ୍ତି। ଯୁକ୍ତ ୩ରେ ପ୍ରାୟ ୭୦ ହଜାର ସିଟ୍‌ ରାଜ୍ୟରେ ଖାଲି ପଡୁଛି। ସେଠାରେ ସଂରକ୍ଷଣ ଦେବେ କହୁଛନ୍ତି। କିନ୍ତୁ ନିଯୁକ୍ତିଭିତ୍ତିକ ସଂରକ୍ଷଣ ମେଡିକାଲ, ଇଞ୍ଜିନିୟରିଂ ଏବଂ ବୈଷୟିକ କ୍ଷେତ୍ରରେ ଦେବା ଦରକାର। ସରକାର ଏହାକୁ ନେଇ ଦୂରେଇ ରହୁଛନ୍ତି। ତେଣୁ ବିଜେଡିର ବିଧାୟକ, ଏମ୍‌ପି ଏବଂ ଅନ୍ୟ ବରିଷ୍ଠ ନେତାମାନେ ଏନେଇ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟପାଳ ଏନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି। ଯଦି ରାଜ୍ୟ ସରକାର ଏହି ଦାବି ପୂରଣ ନ କରନ୍ତି ଏବେ ଯେଉଁ ଝଲକ ଦେଖିଛନ୍ତି ଆଗକୁ ଦେଖିବେ ଏହା କେତେ ଭୟଙ୍କର ହୋଇପାରେ। ସାରା ଓଡିଶାର ଜିଲା ମୁଖ୍ୟାଳୟ, ସବ୍‌ଡିଭିଜନ, ବ୍ଲକ, ପଞ୍ଚାୟତସ୍ତରରେ ବିଜେଡି ଏହି ଆନ୍ଦୋଳନକୁ ଜୋର୍‌ଦାର କରିବ। ଓବିସିଙ୍କୁ ୫୪ ପ୍ରତିଶତ, ୩୯ ପ୍ରତିଶତ ଏସ୍‌ସି, ଏସ୍‌ଟିଙ୍କ ନାଯ୍ୟ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବିଜେଡି ଏହି ଆନ୍ଦୋଳନକୁ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଥିବା ଅରୁଣ କହିଛନ୍ତି।
ଅନ୍ୟପଟେ ରାଜ୍ୟପାଳଙ୍କୁ ଦିଆଯାଇଥିବା ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ନିକଟରେ ଓବିସି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ କେବଳ ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଦାନ କରାଯାଇଥିବା ୧୧.୨୫ ପ୍ରତିଶତ ସଂରକ୍ଷଣ ଏକ ପ୍ରବଞ୍ଚନା। ବିଶେଷକରି ମେଡିକାଲ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗଙ୍କ ପାଇଁ ସଂରକ୍ଷଣ ପ୍ରଦାନ କରାଯାଇ ନ ଥିବାରୁ ବିଜେଡି ଏହାକୁ ନାପସନ୍ଦ କରିଛି। ଉଚ୍ଚଶିକ୍ଷା କ୍ଷେତ୍ରରେ ଅଧିକାଂଶ ଆସନ ଖାଲି ପଡୁଛି ସେଗୁଡିକୁ ସଂରକ୍ଷଣ ଆକାରରେ ପ୍ରଦାନ କରିବା ନେଇ ଘୋଷଣା କରାଯିବା ଏକ ପ୍ରତାରଣା ଛଡ଼ା କିଛି ନୁହେଁ। କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନଗୁଡିକରେ ଏବଂ ଅନେକ ରାଜ୍ୟରେ ଓବିସି ଛାତ୍ରୀଛାତ୍ରମାନଙ୍କ ପାଇଁ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ରହିଛି। ରାଜ୍ୟର ଏସ୍‌ସି, ଏସ୍‌ଟି ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚଶିକ୍ଷାରେ ୩୮.୭୫ ପ୍ରତିଶତ ସଂରକ୍ଷଣ ପ୍ରଦାନ କରାଯାଉଥିବା ବେଳେ ଇଞ୍ଜିନିୟରିଂ, ମେଡିକାଲ ଏବଂ ଅନ୍ୟ ବୈଷୟିକ ପାଠ୍ୟକ୍ରମରେ ୨୦ ପ୍ରତିଶତ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ରହିଛି। ତେଣୁ ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟ ବୈଷୟିକ ପାଠ୍ୟକ୍ରମରେ ମଧ୍ୟ ୩୮.୭୫ ପ୍ରତିଶତ ସଂରକ୍ଷଣ ଦେବା ନେଇ ବିଜେଡି ପକ୍ଷରୁ ଦାବି କରାଯାଇଛି। ନବୀନ ସରକାର ସମୟରେ ଏସ୍‌ସି, ଏସ୍‌ଟି ଏବଂ ଓବିସିମାନଙ୍କ ଲାଗି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ସମ୍ପର୍କରେ ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?