ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ପ୍ରେସମିଟ୍‌ କରି ବିଜେଡିର ବଡ଼ ଘୋଷଣା, ଆଜିଠୁ ହେବ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ ବିଏଡ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା ସହ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି । ବିଜେଡି ବଡ଼ ଦାବି କରିଛି। ପ୍ରେସମିଟ୍‌ କରି ବିଜେଡି କହିଛି, ଏହା ଏକ ଛୋଟ କଥା ନୁହେଁ। ଏହା ସାରା ନାରୀଜାତି ପାଇଁ ଅସମ୍ମାନ। ସାରା ଛାତ୍ରୀ ସମାଜ ପାଇଁ ଅସମ୍ମାନ। ଏହାକୁ କେବେ ବି କ୍ଷମା କରାଯିବ ନାହିଁ। ଦୋଷୀଙ୍କୁ ଦଣ୍ଡ ମିଳିବା ଦରକାର। ହେଲେ ସରକାର କାହାକୁ ଦଣ୍ଡ ଦେବେ, ତାଙ୍କୁ ନିଜେ ମୃତା ସୌମ୍ୟାଶ୍ରୀ ଟୁଇଟ୍‌ କରି ଘଟଣା ସମ୍ପର୍କରେ ଜଣାଇଥିଲେ। ହେଲେ ସରକାରଙ୍କ ଅପାରଗତା ଯୋଗୁ ନ୍ୟାୟ ମିଳିପାରିଲା ନାହିଁ। କାହାକୁ ଦଣ୍ଡ ଦିଆଯିବ ବୋଲି ପ୍ରଶ୍ନ କରିଛି ବିଜେଡି। ସରକାର ପ୍ରତ୍ୟକ୍ଷ ଭାବେ ଦାୟୀ। ସରକାର ମୃତଙ୍କ ପରିବାରକୁ ୨ କୋଟି କ୍ଷତିପୂରଣ ଦେବାକୁ ଦାବି କରୁଛୁ।

ଏହା ସହ ବିଜେଡି ଆହୁରି କହିଛି ଯେ, ରାତାରାତି ମୃତକଙ୍କୁ ପୁରୀ ନିଆଯିବାକୁ ନିଷ୍ପତ୍ତି ହୋଇଥିଲା। ମୃତକଙ୍କ ବାପା ଗାଁକୁ ନେବାକୁ କହିଥିଲେ ବୋଲି ଛଡାଗଲା। ନ ହେଲେ ଲଚେଇକି ମର ଶରୀରକୁ ପୋଡିଦେବାକୁ ବସିଥିଲେ। ଏ ଯେଉଁ ପରିସ୍ଥିତି ହୋଇଛି ସାରା ଓଡ଼ିଶାରେ ଆଜିଠୁ ବ୍ୟାପକ ଛାତ୍ର ଆନ୍ଦୋଳନ ହେବ, ବ୍ୟାପକ ଭାବେ ଯୁବ ଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇବେ। ମୁଖ୍ୟମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ଯେଉଁ ପର୍ଯ୍ୟନ୍ତ ଇସ୍ତଫା ଦେଇନାହାନ୍ତି ଯେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ବିଜେଡି କହିଛି।

ସପଟେ କଂଗ୍ରେସ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି।ଏହି ସମୟରେ ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରହିବ । ଏହା ସହ ଆଜି ସବୁ ସହରରେ ଜଳାଯିବ କ୍ୟାଣ୍ଡେଲ ଲାଇଟ । ତେବେ ଓଡ଼ିଶା ବନ୍ଦ ଡାକରାରେ ସମସ୍ତେ ସାମିଲ ହେବା ପାଇଁ ଆଦ୍ୱାନ ଦେଇଛି ଦଳ । ଏଥିସହ ଆହୁରି ଏକ ଖବର ସାମ୍ନାକୁ ଆସୁଛି ବର୍ତ୍ତମାନ ସରକାରଙ୍କୁ ଘେରିବାକୁ କଂଗ୍ରେସ ପ୍ରସ୍ତୁତ , ଆଗକୁ ସଂସଦରେ ବସିବ ମୌସୁମୀ ଅଧିବେଶନ । ଏହା ପୂର୍ବରୁ ସରକାରଙ୍କୁ ଘେରିବାକୁ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଦେଇଛି । ଏହି କ୍ରମରେ ଆଜି କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସୋନିଆ ଗାନ୍ଧୀ ଅଧ୍ୟକ୍ଷତା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri