ବିଜେଡିର ବଡ଼ ଘୋଷଣା, ଆଜି ପୁରୀ ବନ୍ଦ

ପୁରୀ,୭ା୮: ଆଜି ୬ଘଂଟା ପୁରୀ ବନ୍ଦ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ୬ଘଂଟିଆ ବନ୍ଦ ପାଳନ କରିବ ବିଜୁ ଜନତା ଦଳ ।  ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବନ୍ଦ ଡ଼ାକରା ଦେଇଛି ବିଜେଡି ।   ବିଜେଡି ନେତାମାନେ ଅଭିଯୋଗ କରିଛନ୍ତି ଯେ, ଏହି ଘଟଣାରେ ପୁଲିସ ଓ ରାଜ୍ୟ ସରକାରଙ୍କ ତଦନ୍ତରେ ଗୁରୁତର ତ୍ରୁଟି ରହିଛି ଏବଂ ଅଭିଯୁକ୍ତଙ୍କୁ ସୁରକ୍ଷା ଦିଆଯାଉଛି।

ଗତ ଜୁଲାଇ ୧୯ତାରିଖରେ ବଳଙ୍ଗା ପୀଡ଼ିତାଙ୍କ ଦେହରେ ନିଆଁ ଲାଗିଥିବାବେଳେ ୨ତାରିଖରେ ଦିଲ୍ଲୀ ଏମସରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା । ୩ତାରିଖ ବିଳମ୍ବିତ ରାତିରେ ପୈତୃକ ଗାଁରେ ପାର୍ଥିବ ଶରୀର ପହଂଚିବା ପରେ କର୍ମ କରାଯାଇ ପରଦିନ କବର ଦିଆଯାଇଥିଲା । ତେବେ ଘଟଣାରେ କୌଣସି ଅଭିଯୁକ୍ତ ଗିରଫ ହୋଇନଥିବାବେଳେ ପୀଡ଼ିତାଙ୍କ ମୃତ୍ୟୁ ଖବର ପରେ ପୁଲିସ ସେ ଯାଏଁ ହୋଇଥିବା ତଦନ୍ତରେ କାହାର ସମ୍ପୃକ୍ତି ନଥିବା ଏକ୍ସରେ ପୋଷ୍ଟ କରିଥିଲା । ଅନ୍ୟପଟେ ପୀଡ଼ିତାଙ୍କ ବାପା ଝିଅ ମାନସିକ ଚିନ୍ତା  ପାଇଁ ଜୀବନ ନେବା କଥା କହିଥିଲେ । ଘଟଣାର ରହସ୍ୟ ଉପରୁ ଏଯାଏଁ ପରଦା ହଟିନଥିବା ବେଳେ ନ୍ୟାୟ ଦାବିରେ ଆଜି ରାସ୍ତାକୁ ଓହ୍ଲାଇବ ବିଜେଡି ।

 


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri