Posted inରାଜ୍ୟ

ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ ନିବାସରେ ଆଗାମୀ ନିର୍ବାଚନରେ ବଡ଼ ଲଢେଇ ପାଇଁ ପ୍ରସ୍ତୁତି ଚାଲିଛି।

ଏହାରି ମଧ୍ୟରେ ବିଜେଡି କିଛି ଅଂଚଳ ପାଇଁ ପ୍ରାର୍ଥୀ ତାଲିକା ଚୂଡାନ୍ତ କରି ସାରିଥିବା କୁହାଯାଉଛି। ଏଥିରେ ପୁରୀ ସଂସଦୀୟ କ୍ଷେତ୍ରରୁ ଅରୂପ ପଟ୍ଟନାୟକ ଏବଂ ବ୍ରହ୍ମପୁର ଲୋକସଭା ଆସନରୁ ଚନ୍ଦ୍ର ଶେଖର ସାହୁଙ୍କ ନାମ ପ୍ରାୟତଃ ଚୂଡାନ୍ତ ହୋଇ ସାରିଛି।

ସେହିଭଳି ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ଶ୍ରୀମୟୀ ମିଶ୍ର, କଟକ ପାଇଁ ସଂତୃପ୍ତ ମିଶ୍ର ବିଜେଡିର ଲୋକସଭା ପ୍ରାର୍ଥୀ ହୋଇପାରନ୍ତି। କଂଗ୍ରେସରୁ ବିଜେଡ଼ିକୁ ଆସିଥିବା ପ୍ରଦୀପ ମାଝୀଙ୍କ ନାମ ନବରଙ୍ଗପୁର ଲୋକସଭା ଆସନ ପାଇଁ ଚୂଡାନ୍ତ ହୋଇଛି।

ଗତ ଲୋକସଭା ନିର୍ବାଚନରେ ବିଜେଡି ମାତ୍ର ଦୁଇଟି ଆସନରେ ପ୍ରାର୍ଥୀ ଅପରିବର୍ତ୍ତିତ ରଖିଥିଲା। ପୁରୀରୁ ପିନାକୀ ମିଶ୍ର ଏବଂ କଟକରୁ ଭର୍ତ୍ତୃହରି ମହତାବ ପୁନର୍ବାର ନିର୍ବାଚନ ଲଢ଼ିଥିଲେ। ତେବେ ଭର୍ତ୍ତୃହରି ବିଜେଡିରୁ ଇସ୍ତଫା ଦେଇ ସାରିଥିଲା ବେଳେ ପିନାକୀଙ୍କୁ ଏଥର ଟିକେଟ ନ ମିଳିପାରେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri