Posted inରାଜ୍ୟ

ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ ନିବାସରେ ଆଗାମୀ ନିର୍ବାଚନରେ ବଡ଼ ଲଢେଇ ପାଇଁ ପ୍ରସ୍ତୁତି ଚାଲିଛି।

ଏହାରି ମଧ୍ୟରେ ବିଜେଡି କିଛି ଅଂଚଳ ପାଇଁ ପ୍ରାର୍ଥୀ ତାଲିକା ଚୂଡାନ୍ତ କରି ସାରିଥିବା କୁହାଯାଉଛି। ଏଥିରେ ପୁରୀ ସଂସଦୀୟ କ୍ଷେତ୍ରରୁ ଅରୂପ ପଟ୍ଟନାୟକ ଏବଂ ବ୍ରହ୍ମପୁର ଲୋକସଭା ଆସନରୁ ଚନ୍ଦ୍ର ଶେଖର ସାହୁଙ୍କ ନାମ ପ୍ରାୟତଃ ଚୂଡାନ୍ତ ହୋଇ ସାରିଛି।

ସେହିଭଳି ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ଶ୍ରୀମୟୀ ମିଶ୍ର, କଟକ ପାଇଁ ସଂତୃପ୍ତ ମିଶ୍ର ବିଜେଡିର ଲୋକସଭା ପ୍ରାର୍ଥୀ ହୋଇପାରନ୍ତି। କଂଗ୍ରେସରୁ ବିଜେଡ଼ିକୁ ଆସିଥିବା ପ୍ରଦୀପ ମାଝୀଙ୍କ ନାମ ନବରଙ୍ଗପୁର ଲୋକସଭା ଆସନ ପାଇଁ ଚୂଡାନ୍ତ ହୋଇଛି।

ଗତ ଲୋକସଭା ନିର୍ବାଚନରେ ବିଜେଡି ମାତ୍ର ଦୁଇଟି ଆସନରେ ପ୍ରାର୍ଥୀ ଅପରିବର୍ତ୍ତିତ ରଖିଥିଲା। ପୁରୀରୁ ପିନାକୀ ମିଶ୍ର ଏବଂ କଟକରୁ ଭର୍ତ୍ତୃହରି ମହତାବ ପୁନର୍ବାର ନିର୍ବାଚନ ଲଢ଼ିଥିଲେ। ତେବେ ଭର୍ତ୍ତୃହରି ବିଜେଡିରୁ ଇସ୍ତଫା ଦେଇ ସାରିଥିଲା ବେଳେ ପିନାକୀଙ୍କୁ ଏଥର ଟିକେଟ ନ ମିଳିପାରେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri