ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ ମିଶ୍ରଣ ପର୍ବର ଆୟୋଜନ ହୋଇଥିଲା ସେଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମପି ଅଚ୍ୟୁତ ସାମନ୍ତଙ୍କ ଉପସ୍ଥିତିରେ ୧୩୨ ଜଣ କଂଗ୍ରେସ ଓ ଭାଜପା ଦଳ ଛାଡି ବିଜେଡିରେ ସାମିଲ ହୋଇଥିଲେ।
ପୁଣି ଗୁରୁବାର ଭୁବନେଶ୍ୱରର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ କଂଗ୍ରେସ ଓ ଭାଜପା ଦଳର କନ୍ଧମାଳର ନେତୃବୃନ୍ଦ ବିଜେଡିରେ ସାମିଲ ହୋଇଥିବା ଜଣାପଡିଛି। ସେଥିମଧ୍ୟରେ କଂଗ୍ରେସ ଦଳର ଏମପି ପ୍ରାର୍ଥୀ ପାଇଁ ଆଶାୟୀ ଥିବା ତଥା ରାଜ୍ୟସ୍ତରୀୟ ବରିଷ୍ଠ ନେତ୍ରୀ ବିଳାସିନି ନାୟକ ବିଜେଡି ମିଶିଛନ୍ତି। କଂଗ୍ରେସରେ ଦୀର୍ଘ ବର୍ଷ କାର୍ଯ୍ୟ କରିଆସୁଥିଲେ ସୁଦ୍ଧା ଦଳ ତାଙ୍କୁ କୌଣସି ଗୁରୁତ୍ୱ ଦେଇ ନ ଥିବା ଓ ଏମପି ପ୍ରାର୍ଥୀ ପାଇଁ ଟିକେଟ ପ୍ରଦାନରେ ଟାଳଟୁଳ ନୀତି ଅବଲମ୍ବନ କରିଥିବାରୁ ସେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ ସାମିଲ ହୋଇ ଆଗକୁ ବିଜେଡିକୁ ଜିତାଇବା ପାଇଁ ସେ ନିଃସ୍ବାର୍ଥପର ଭାବେ ପରିଶ୍ରମ କରିବେ ବୋଲି କହିଛନ୍ତି। ବିଳାସିନି ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସମ୍ପାଦିକା ରହିଥିବା ବେଳେ ଦଳକୁ ସଂଗଠିତ କରିବା ପାଇଁ ବୌଦ୍ଧ ଓ କନ୍ଧମାଳରେ ଅନେକ କାର୍ଯ୍ୟ କରିଥିଲେ ଓ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା କହିଛନ୍ତି। ଅଞ୍ଚଳରେ ସେ ନାରୀ ମହାସଙ୍ଘ ଗଠନ କରି ନିଶାନିବାରଣ ପାଇଁ ଅନେକ ଆନ୍ଦୋଳନ କରି ଚର୍ଚ୍ଚାରେ ରହିଛନ୍ତି। ସେ ଅଭିଯୋଗ କରି କହିଛନ୍ତି ଯେ, କଂଗ୍ରେସ ନାରୀମାନଙ୍କୁ ସମ୍ମାନ ଦେବା କଥା କହିବା ସହ ରାହୁଲ ଗାନ୍ଧୀ ନାରୀଙ୍କ ପାଇଁ ଦଳରେ ୩୩ ପ୍ରତିଶତ ସଂରକ୍ଷିତ କଥା କହୁଥିବା ବେଳେ ତାହା ପାଳନ କରାଯାଉନଥିବା ବିଳାସିନି କହିଛନ୍ତି।
ସେହିପରି ଦୀର୍ଘ ୩୫ ବର୍ଷ ଧରି କଂଗ୍ରେସ ପାଇଁ କାର୍ଯ୍ୟ କରିଥିବା ବେଳେ ୨ ଥର ସମିତିସଭ୍ୟ ଓ ଏକାଧିକ ଥର ବିଧାୟକ ପ୍ରତିନିଧି ଓ ଦଳର ବିଭିନ୍ନ ଦାୟିତ୍ୱରେ ରହି ଶେଷରେ ଦଳ ତାଙ୍କୁ ବିଧାୟକ ପ୍ରାର୍ଥୀ ପାଇଁ ଟିକେଟ ନ ଦେବାରୁ କାଳି ମଲିକ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ସେ ଭୁବନେଶ୍ୱରରରୁ ଦାରିଙ୍ଗବାଡି ଫେରିବା ପରେ ଆହୁରି କଂଗ୍ରେସ କର୍ମୀ ଦଳ ଛାଡି ତାଙ୍କ ସହ ସାମିଲ ହେବେ ବୋଲି କହିଛନ୍ତି। ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟ ପ୍ରତି ରହିଥିବା ବିକାଶ ଧାରା ଓ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କ ଅଞ୍ଚଳ ପ୍ରତି ବିକାଶଞ୍‌କୁ ଆଗକୁ ନେଉଥିବାରୁ ଆମେ ମଧ୍ୟ ତାଙ୍କ ସହ ସାମିଲ ହୋଇ ତାଙ୍କ ହାତମୁଠାକୁ ଟାଣ କରୁଛୁ ବୋଲି କହିଛନ୍ତି। ଦାରିଙ୍ଗବାଡି ଅଞ୍ଚଳର ରଞ୍ଜିତ ପ୍ରଧାନ, ପ୍ରଶାନ୍ତ ପ୍ରଧାନ,ବୁଲୁ ନାୟକ, ଲୁସିମା ପ୍ରଧାନ,ସଙ୍ଗୀତା ପ୍ରଧାନ ଙ୍କ ସମେତ ବହୁ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ଶଙ୍ଖ ଭବନରେ ମିଶ୍ରଣ ପର୍ବ ଆୟୋଜନ କରାଯାଇଥିବା ବେଳେ ଦଳର ବରିଷ୍ଠ ନେତା ସସ୍ମିତ ପାତ୍ରଙ୍କ ସମେତ କନ୍ଧମାଳ ଏମପି ଅଚ୍ୟୁତ ସାମନ୍ତ, ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ରହି ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri