ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ ନେତୃ ମଣ୍ଡଳୀ। ସ୍ଥାନୀୟ ଗୀତଭାବନ ପଡିଆରୁ ଏହି ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା। ଏହି ଅବସରରେ ରାଜ୍ୟ ନେତୃ ମଣ୍ଡଳୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପଦର୍ଶନ କରିଥିଲେ । ରାଜ୍ୟରେ ନାରୀ ଅସୁରକ୍ଷିତ, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ଦରଦାମରେ ଅଣନିୟନ୍ତ୍ରିତ, ମିଳୁନି ଭତ୍ତା, ଏସବୁକୁ ମୁଦ୍ଦା କରି ଆଜି ଜିଲା ବିଜେଡି ପକ୍ଷରୁ ବିକ୍ଷୋଭ ପଦର୍ଶନ କରାଯାଇଥିଲା।

ନାରୀମାନଙ୍କର ଅଧିକାର ପାଇଁ ନାରୀମାନଙ୍କୁ ସଶକ୍ତ କରିବା କ୍ଷେତ୍ରରେ ବିଜୁ ବାବୁ ହିଁ ଥିଲେ ଯୁଗ ପ୍ରବର୍ତ୍ତକ। ପଞ୍ଚାୟତରାଜ ସଂସ୍ଥାଠାରୁ ଆରମ୍ଭ କରି ସରକାରୀ ଚାକିରି କ୍ଷେତ୍ରରେ ୩୩ ପ୍ରତିଶତ ସ୍ଥାନ ମହିଳାମାନଙ୍କ ପାଇଁ ସଂରକ୍ଷଣ ଭଳି ସାହସିକ ପଦକ୍ଷେପ ନେଇ ବିଜୁବାବୁ ଇତିହାସ ସୃଷ୍ଟି କରିଯାଇଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ନବୀନ ବାବୁଙ୍କ ସରକାର ପଞ୍ଚାୟତରାଜ ଓ ପୌରସଂସ୍ଥାରେ ମହିଳା ସଂରକ୍ଷଣକୁ ୫୦ ପ୍ରତିଶତ ବୃଦ୍ଧି କରିଥିଲେ । ଏହି ଅବସରରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟଦ୍‌ରେ ଦାବିପତ୍ର ପ୍ରଦାନ କରାଯାଇଛି। ଆଗକୁ ଏହି ଆନ୍ଦୋଳନ ଜାରି ରହିବ ବୋଲି ବିଜେଡି ପ୍ରତିକ୍ରିୟାରେ କହିଛି।
ରାଜ୍ୟ ସଭା ସାଂସଦ ସୁଲତା ଦେଓ , ବିଜେଡି ମହିଳା ସଭାପତି ସ୍ନେହାଙ୍ଗିନୀ ଛୁରିଆ, ଡ. ଲେଖାଶ୍ରୀ ସାମନ୍ତସିଂହାର, ଛାତ୍ର ବିଜେଡ଼ି ରାଜ୍ୟ ସଭାପତି ଈପସିତା ସାହୁ, ଯୁବ ବିଜେଡ଼ି ସଭାପତି ଚିନ୍ମୟ ସାହୁ, ଜିଲା ବିଜେଡ଼ି ସଭାପତି ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ, ଜିଲା କାର୍ଯ୍ୟକାରୀ ସଭାପତି ମନ୍ମଥ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri