ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଛି । ଏଥିରେ ଦେଶର ୨୨ ଲକ୍ଷରୁ ଊଦ୍ଧର୍‌ବ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଇଛି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପାରଗତା ଯୋଗୁ ଏଭଳି ଘଟଣା ଘଟିଥିବା ବରଗଡ଼ ଜିଲା ବିଜେଡି ଅଭିଯୋଗ କରିଛି। ବିଜେଡି ପକ୍ଷରୁ ଏହି ଘଟଣାକୁ ଦୃଢ଼ ନିନ୍ଦା କରାଯିବା ସହିତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି ।

ଏଥି ସହିତ ଦେଶରେ ଡିଜେଲ, ପେଟ୍ରୋଲ ଓ ଜାଳେଣି ଗ୍ୟାସର ସଙ୍କଟ ତଥା ଅହେତୁକ ଦର ବୃଦ୍ଧି ହେଉଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଲୋକଙ୍କୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଯୋଗାଇବାରେ ବିଫଳ ହେବା ସହ ସାଧାରଣ ଜନତାଙ୍କ ଉପରେ ଦର ବୃଦ୍ଧି ବୋଝ ଲଦି ଦେଇଥିବା ପ୍ରତିବାଦରେ ଶନିବାର ବରଗଡ଼ ଜିଲା ବିଜେଡି ପକ୍ଷରୁ ଜିଲା ସଭାପତି ସୁଶାନ୍ତ ମହାପାତ୍ର, ଜିଲା ଯୁବ ବିଜେଡ଼ି ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ ,ଜିଲା ଛାତ୍ର ବିଜେଡି ସଭାପତି କରନ ସିକନ୍ଦରଙ୍କ ତତ୍ୱାବଧାନରେ ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବରଗଡ଼ ଗାନ୍ଧୀଛକରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ,ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ କୁଶ ପୁତ୍ତଳିକା ଦାହ ସହିତ କେନ୍ଦ୍ର ସରକାର ବିରୋଧରେ ଦୃଢ଼ ପ୍ରତିବାଦ କରାଯାଇଥିଲା ।

କାର୍ଯ୍ୟକ୍ରମରେ ବରଗଡ଼ ପୌର ଅଧ୍ୟକ୍ଷା କଳ୍ପନା ମାଝୀ , ଉପାଧ୍ୟକ୍ଷ ରାଜେଶ ଅଗ୍ରୱାଲ, ରାଜ୍ୟ ଯୁବ ବିଜେଡି ଉପ ସଭାପତି ଅମର ନାଥ ଭୋଇ,ସବିଜେଡି ଜିଲ୍ଲା ଉପ ସଭାପତି କିଶୋର ମିଶ୍ର ,ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକ ଚନ୍ଦନ ଗୁପ୍ତା, ରାଜ୍ୟ ଛାତ୍ର ବିଜେଡି ସମ୍ପାଦକ ଆଲୋକ ପ୍ରଧାନ ରାଜ୍ୟ ଯୁବ ବିଜେଡି ଉପସଭାପତି ସୁବ୍ରତ ସିଂ, ବରଗଡ଼ ଟାଉନ ବିଜେଡି ସଭାପତି ଅନୁପ ଶତପଥି, ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ, ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ଉମା ଚରଣ ରାଉତ, କମଳ ତାଣ୍ଡି, ସୁନନ୍ଦା ପଣ୍ଡା, ଜ୍ୟୋତ୍ସ୍ନା ପାଇକ, ଶୈଳେଶ ନାୟକ, ଅବିନାଶ ମଲ୍ଲିକ, ର୍ନିମଳ କୁଅଁର, ଉପେନ୍ଦ୍ର ମହାପାତ୍ର,ମହେଶ ଗଡ଼ତିଆ, ଖିତେଶ୍ୱର୍‌ କୁମ୍ଭାର, ସମୀର ବାରିକ, ଏମଡି ଜମିର ପ୍ରମୁଖଙ୍କ ସମେତ ଶତାଧିକ ବିଜେଡି କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri