ଆଜିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଦରବୃଦ୍ଧି ପ୍ରସଙ୍ଗ ନେଇ ଦ୍ୱିତୀୟ ଥର ଲାଗି ବିଜେଡି ରାସ୍ତାକୁ ଓହ୍ଲାଇବାକୁ ଯାଉଛି। କିଛିଦିନ ତଳେ ତେଲ ଦରବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡି କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଥିବାବେଳେ ଏବେ ରନ୍ଧନ ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିବ। ପୂର୍ବ ଘୋଷଣା ମୁତାବକ ସୋମବାରଠାରୁ ୩ ଦିନ ଧରି ଆରଡିସିସ୍ତରରେ ବିଜେଡି ଆନ୍ଦୋଳନ କରିବ। ଏନେଇ ରବିବାର ଏକ ଖବରଦାତା ସମ୍ମିଳନୀରେ ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଏବଂ ଛାତ୍ର ବିଜେଡି ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି। ବିଜେଡିର ସୂଚନା ଅନୁଯାୟୀ, ସୋମବାର କଟକ, ମଙ୍ଗଳବାର ସମ୍ବଲପୁର ଏବଂ ବୁଧବାର ବ୍ରହ୍ମପୁର ଆରଡିସି ଜୋନ୍‌ ସମ୍ମୁଖ ଏବଂ ଏହା ଅନ୍ତର୍ଗତ ବ୍ଲକ୍‌ଗୁଡ଼ିକରେ ଦଳ ପକ୍ଷରୁ ଆନ୍ଦୋଳନ କରାଯିବ। ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ବିଜୁ ଯୁବ, ଛାତ୍ର ଏବଂ ମହିଳା ଜନତା ଦଳ ସାମିଲ୍‌ ହେବେ। କେନ୍ଦ୍ର ସରକାରଙ୍କ ଉଜ୍ଜ୍ୱଳା ଯୋଜନା ବିଫଳ ହୋଇଛି। ଦରବୃଦ୍ଧି ଯୋଗୁ ଦୁର୍ଦ୍ଦିନରେ ଗୃହିଣୀମାନେ ଦିନ କାଟୁଛନ୍ତି। ସାଢ଼େ ୩ ବର୍ଷ ମଧ୍ୟରେ ଗ୍ୟାସ୍‌ ଦର ୭୦ ପ୍ରତିଶତ ବଢ଼ିଛି। ଗ୍ୟାସ୍‌ ଦର ନ କମାଇଲେ ବିରାଟ ଜନଆନ୍ଦୋଳନ ହେବ। ସିଏଜି ମଧ୍ୟ ତାଙ୍କ ରିପୋର୍ଟରେ ଉଜ୍ଜ୍ୱଳା ଗ୍ୟାସ୍‌ ରିଫିଲିଂ ହାର କମି ଥିବା କହିଛନ୍ତି। ନ୍ୟାଶନାଲ ଫ୍ୟାମିଲି ହେଲଥ୍‌ ସର୍ଭେ ଅନୁସାରେ, ୯୮% ନୁହେଁ ମାତ୍ର ୨୦% ସିଲିଣ୍ଡର ବ୍ୟବହାର ବଢ଼ିଛି। ଉଜ୍ଜ୍ୱଳା ଯୋଜନା କରି କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଠକିଛନ୍ତି। ଏବେ ସିଲିଣ୍ଡର ଦାମ୍‌ ୯ ଶହ ଟଙ୍କା ଉପରେ ରହିଛି। ବିଜେଡି ସାଧାରଣ ଜନତାଙ୍କ ସ୍ବର ହୋଇ ଆନ୍ଦୋଳନ କରିବ। ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ ବୋଲି ଦଳ ପକ୍ଷରୁ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri