ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା

ଭୁବନେଶ୍ୱର, ୨୩ା୧(ଅସମାପିକା ସାହୁ):ବିଜେଡିର ପରିବାର ସମ୍ପର୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରୁ ମାର୍ଚ୍ଚ ୫ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଯାଏ ବିଜେଡି ପକ୍ଷରୁ ଏହି ଅଭିଯାନ ଚାଲିବ। ପରିବାର ସହ ନେତା ଓ କର୍ମକର୍ତ୍ତା ସମ୍ପର୍କ ଯୋଡ଼ିବା ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ କରାଯାଉଛି। ବିଜେଡି ନେତା ଓ କର୍ମୀ ରାଜ୍ୟ ସରକାରଙ୍କ ସଫଳତା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ସହ ସେମାନଙ୍କ ଭଲମନ୍ଦ ବୁଝି ସହଯୋଗ କରିବେ। ଫେବୃଆରୀ ମଧ୍ୟ ଭାଗ କିମ୍ବା ଶେଷ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ। ଏହା ପୂର୍ବରୁ ବିଜେଡି ରାଜ୍ୟବ୍ୟାପୀ ମତଦାତାଙ୍କ ପାଖରେ ପହଞ୍ଚତ୍ବାକୁ ଲକ୍ଷ୍ୟ ରଖିଛି। ଏନେଇ ବିଜେଡି ବିଧାୟକ ଅମର ଶତପଥୀ କହିଛନ୍ତି, ପ୍ରତି ପରିବାର ସହିତ ପୂର୍ବରୁ ସମ୍ପର୍କ ରହିଛି। ଏହାକୁ ଆହୁରି ନିବିଡ଼ କରିବା ସହ ପରିବାରର ଆବଶ୍ୟକତା ସମ୍ପର୍କରେ ଜାଣିବା ପାଇଁ ଏହି କାର୍ଯ୍ୟକ୍ରମ କରାଯାଉଛି। ସରକାରଙ୍କ ଯୋଜନା ଓ କାର୍ଯ୍ୟକ୍ରମର ସୁବିଧା ମିଳୁଛି କି ନାହିଁ, ସେ ସମ୍ପର୍କରେ ତଥ୍ୟ ନେବା ପାଇଁ ଦଳୀୟ କର୍ମକର୍ତ୍ତା ପରିବାର ପାଖରେ ପହଞ୍ଚତ୍ବେ। ସମାଜର ସବୁବର୍ଗଙ୍କୁ ଏଥିରେ ସମ୍ପୃକ୍ତ କରିବାର ସୁଯୋଗ ମିଳିବ। ବିଧାୟକ ଦେବୀପ୍ରସାଦ ମିଶ୍ର କହିଛନ୍ତି, ନବୀନ ସରକାରଙ୍କ ସଫଳତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚତ୍ବ। ଜାନୁଆରୀ ୨୩ରୁ ମାର୍ଚ୍ଚ ୫ ପର୍ଯ୍ୟନ୍ତ ଦଳ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri