ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ଦାବିରେ ବିଜେଡିର ସତ୍ୟବାଦୀ ବନ୍ଦ

ସାକ୍ଷୀଗୋପାଳ,୭ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ବିଜେଡି ପକ୍ଷରୁ ଡାକରା ଦିଆଯାଇଥିବା ୬ ଘଣ୍ଟିଆ ପୁରୀ ଜିଲା ବନ୍ଦ ସତ୍ୟବାଦୀରେ ସଫଳ ହୋଇଛି । ଗୁରୁବାର ସକାଳୁ ସାକ୍ଷୀଗୋପାଳ ମନ୍ଦିର ମୁଖ୍ୟ ରାସ୍ତାର ଷ୍ଟେଟ୍‌ବ୍ୟାଙ୍କ ଛକରେ ଦଳର କର୍ମକର୍ତ୍ତାମାନେ ଟାୟାର ଜଳାଇ ରାସ୍ତା ଅବରୋଧ କରିଥିଲେ। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଅପାରଗ ସରକାରଙ୍କ ଇସ୍ତଫା ଦାବିକରି ଆନ୍ଦୋଳନକାରୀମାନେ ନାରାବାଜି ଦେଇଥିଲେ। ପୁରୀ ଜିଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସାକ୍ଷୀଗୋପାଳ ବଜାରରେ ଏକ ଶୋଭାଯାତ୍ରାରେ ସାକ୍ଷୀଗୋପାଳ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ରାଜ୍ୟ ସଭା ଏମ୍‌ପି ସୁବାଶିଷ ଖୁଣ୍ଟିଆ, ବ୍ଲକ ବିଜେଡି ସଭାପତି ପ୍ରମୋଦ କୁମାର ରାଉତରାୟ, ବ୍ଲକ ଯୁବ ସଭାପତି ଶରତ କୁମାର ରାଉତରାୟ, ସମିତି ସଭ୍ୟ ପ୍ରେମାନନ୍ଦ ବେହେରା, ଆତ୍ମା ଅଧ୍ୟକ୍ଷ ମହମ୍ମଦ ଜିକିରିଆ, ସରପଞ୍ଚ ଦୁଃଶାସନ ପ୍ରଧାନ, ବିଜେଡ଼ି ରାଜ୍ୟ ମହିଳା ସମ୍ପାଦିକା କସ୍ତୁରୀ ସାହୁ, ପୂର୍ବତନ ଉପାଧ୍ୟକ୍ଷ ବିକ୍ରମ ଜେନା , ପୂର୍ବତନ ସରପଞ୍ଚ ପ୍ରକାଶ ଚନ୍ଦ୍ର ଖଟେଇ, ସ୍ବାଧୀନ ଜେନା, ସୁବାସ ପ୍ରଧାନ, ସୁବ୍ରତ ଛାଟୋଇ, ବିଜୟ ମହାପାତ୍ର, ଦେବଦତ୍ତ ସାମନ୍ତରାୟ, ସବୁଜ କେଶରୀ ମିଶ୍ର, ଦେବେନ୍ଦ୍ର ମହାପାତ୍ର, ହଟକିଶୋର ବାରିକ, ଆଶୁତୋଷ ପଣ୍ଡା, କାର୍ତ୍ତିକ ବାରିକ, ସମ୍ବିତ ପ୍ରଧାନ ଓ ବାଙ୍କୁ ସ୍ବାଇଁ ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇଥିଲେ। ଏହି ଅବସରରେ ଜୟପୁର ପଞ୍ଚାୟତର ଓ୍ବାର୍ଡସଭ୍ୟ ନାଗାର୍ଜୁନ ସେନାପତିଙ୍କ ସହିତ ପେଣ୍ଠପଡ଼ା ଓ ଜୟପୁର ପଞ୍ଚାୟତର ଶତାଧିକ ଯୁବକର୍ମୀ ଭାଜପା ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri