Posted inରାଜ୍ୟ

ଅକ୍ଟୋବର ୨ରୁ ବିଜେଡିର ସମାଜ ସେବା କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳ କୋଭିଡ୍‌ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନସଚେତନତା ଅଭିଯାନ ପରିବର୍ତ୍ତେ ବିିଭିନ୍ନ ସମାଜ ସେବା କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତିି ନେଇଛି। ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମୀମାନଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ସାଢ଼େ ୪ କୋଟି ଓଡ଼ିଶାବାସୀ ଆମ ପରିବାର। ଗତ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଆମେ ସେମାନଙ୍କ ସେବାରେ ନିଜକୁ ନିୟୋଜିତ କରିବା ସହିତ ପରିବାର ସଦସ୍ୟ ଭଳି ତାଙ୍କ ସୁଖଦୁଃଖର ସାଥି ହୋଇ ଆସିଛେ। କୋଭିଡ୍‌ ମହାମାରୀର ଭୟାବହତା ସମୟରେ ଅସୀମ ଦୃଢ଼ତା ପ୍ରଦର୍ଶନ କରି ପ୍ରତ୍ୟେକ ଘରର

ସଦସ୍ୟମାନଙ୍କ ନିକଟରେ ଛିଡ଼ାହୋଇ କର୍ମୀମାନେ ଯେଭଳି ଧୈର୍ଯ୍ୟ ଓ ତ୍ୟାଗର ନିଦର୍ଶନ ଦେଖାଇଛନ୍ତି ସେଥିପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏବେ ସେହି ସାମାଜିକ ପ୍ରତିବଦ୍ଧତାକୁ ଆଉ ପାଦେ ଆଗକୁ ନେବାକୁ ନବୀନ ଦଳୀୟ କର୍ମୀମାନଙ୍କୁ ଆହ୍ବାନ ଦେଇଛନ୍ତି। ବିଦ୍ୟାଳୟ ଓ ଅନ୍ୟାନ୍ୟ ଶିକ୍ଷାନୁୁଷ୍ଠାନ ପରିସର, ଶିକ୍ଷାନୁଷ୍ଠାନର ରାସ୍ତାଘାଟ ତଥା ସାଧାରଣ ସୁବିଧା କେନ୍ଦ୍ର ପ୍ରଭୃତି ସ୍ଥାନକୁ ପରିଷ୍କାର ପରିଚ୍ଛନ୍ନ ରଖିବା ସହିତ ରକ୍ତଦାନ ଭଳି ମହତ୍‌ କାର୍ଯ୍ୟରେ ଅଂଶଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କର୍ମୀମାନଙ୍କୁ ଆହ୍ବାନ କରିଛନ୍ତି।

ଏଥିସହିତ ଗାନ୍ଧୀ ଜୟନ୍ତୀ ଓ ୧୧ ତାରିଖରେ ଲୋକନାୟକ ଜୟ ପ୍ରକାଶଙ୍କ ଜୟନ୍ତୀ ନିରାଡ଼ମ୍ବର ଭାବରେ ପାଳନ କରିବା ସହିତ ଗାନ୍ଧୀ ଜୟନ୍ତୀରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ଦଳର କର୍ମୀ ବିଭିନ୍ନ ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତାମାନଙ୍କ ସହଯୋଗରେ କୋଭିଡ୍‌ ନିୟମ ପାଳନ କରି ଏହି ଗୁରୁତ୍ୱପୂର୍ଣ୍ଣ ସମାଜ ସେବା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri