୬ ଲୋକ ସଭା, ୪୨ ବିଧାନସଭା ଆସନ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ବିଜେଡି ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀ ଲୋକମାନଙ୍କୁ ଡାକି ଆଲୋଚନା କରିଚାଲିଛି। ଏହିକ୍ରମରେ ରବିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, କଟକ ଏବଂ ଜଗତ୍‌ସିଂହପୁର ଲୋକ ସଭା ଆସନ ଏବଂ ଏହାର ଅନ୍ତର୍ଗତ ବିଧାନସଭା କ୍ଷେତ୍ରର ନେତାମାନଙ୍କୁ ଡାକି ନିର୍ବାଚନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ସେହିପରି ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି(ସିଇସି) ବୈଠକ ଶେଷ ହେବା ପରେ ଓଡ଼ିଶା ଫେରି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟରେ ଆସନ୍ତା ନିର୍ବାଚନରେ ବିଜେଡି ସହ ଆର୍‌ ପାର୍‌ ଲଢ଼େଇ ହେବ ବୋଲି ମତ ରଖିଛନ୍ତି।
ସୂଚନାଯୋଗ୍ୟ ଯେ, ପଶ୍ଚିମ ଓଡ଼ିଶାର ଦୁଇ ସଂସଦୀୟ କ୍ଷେତ୍ର ସୁନ୍ଦରଗଡ଼, ସମ୍ବଲପୁର ସହ ଉପକୂଳ ଓଡ଼ିଶାର ଯାଜପୁର, ଜଗତ୍‌ସିଂହପୁର, କଟକ ଓ ଢେଙ୍କାନାଳ ଲୋକ ସଭା ଏବଂ ଏହାର ଅଧୀନ ୪୨ ବିଧାନସଭା ଆସନ ଦଖଲ ଲକ୍ଷ୍ୟରେ ବିଜେଡି ନିଜର ରଣନୀତି ପ୍ରସ୍ତୁତ କରିଛି। ସମସ୍ତ ଆସନରେ ବିଜେଡିର ବିଜୟ ସୁନିଶ୍ଚିତ କରିବା ଲାଗି ଅନୌପଚାରିକ ଭାବେ ଏକପ୍ରକାର ପ୍ରାର୍ଥୀ ଚୟନ ହୋଇଥିବା ଜଣାପଡ଼ିଛି। ଦିନକ ପୂର୍ବରୁ ପଶ୍ଚିମ ଓଡ଼ିଶାର ଅନ୍ୟ ୩ ସଂସଦୀୟ କ୍ଷେତ୍ର ଉପରେ ଆଲୋଚନା କରାଯାଇଥିଲା। ଏହାସହ ଗତ ଲୋକ ସଭା ନିର୍ବାଚନର ସବୁ ତ୍ରୁଟି ବିଚ୍ୟୁତିକୁ ଏଡ଼ାଇ ବିଜୟର ନୂଆ ରେକର୍ଡ ସୃଷ୍ଟି ପାଇଁ ଦଳୀୟ ନେତାଙ୍କୁ କୁହାଯାଇଛି। ଅନୁରୂପ ଭାବରେ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଦଳୀୟ ନେତାଙ୍କ ସହ ସାଙ୍ଗଠନିକ ସ୍ଥିତି ବିଷୟରେ ସବିଶେଷ ଆଲୋଚନା କରିଛନ୍ତି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସକାଳେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଓ ଅନ୍ୟ ନେତୃବୃନ୍ଦ ନବୀନ ନିବାସରେ ପହଞ୍ଚିଥିଲେ। ଏହାପରେ ସୁନ୍ଦରଗଡ଼, ସମ୍ବଲପୁର ଓ ଅପରାହ୍ନରେ ଯାଜପୁର, ଜଗତ୍‌ସିଂହପୁର, ଢେଙ୍କାନାଳ ଆସନ ଏବଂ ଏହାର ଅନ୍ତର୍ଗତ ବିଧାନସଭା ଆସନ ସଂକ୍ରାନ୍ତରେ ଆଲୋଚନା ହୋଇଛି।
ଗତ ନିର୍ବାଚନରେ ବିଜେଡି ପରାଜିତ ହୋଇଥିବା ସୁନ୍ଦରଗଡ଼ ଓ ସମ୍ବଲପୁର ଲୋକ ସଭା ଆସନ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି। ସେହିପରି କାର୍ତ୍ତିକ ପାଣ୍ଡିଆନ ଦଳୀୟ ନେତାଙ୍କ ସହିତ ଆଲୋଚନା କରିବା ସଙ୍ଗେସଙ୍ଗେ ଯେଉଁମାନେ ଆସନ୍ତା ନିର୍ବାଚନରେ ଦଳୀୟ ପ୍ରାର୍ଥୀ ହେବେ ସେମାନଙ୍କୁ ଏକ ପ୍ରକାର ଫିଲ୍ଡରେ କାମ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସାଂସଦ, ବିଧାୟକ, ଜିଲା ପରିଷଦ ସଭାପତିଙ୍କଠାରୁ ଆରମ୍ଭ କରି ୱାର୍ଡ଼ସ୍ତରରେ ସକ୍ରିୟ କର୍ମୀଙ୍କ ସହ ସମନ୍ବୟ ରଖି ନିର୍ବାଚନ ପ୍ରସ୍ତୁତି ଚଳାଇବାକୁ ମଧ୍ୟ କୁହାଯାଇଛି। ବୈଠକରେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାଏକ, ପୂର୍ବତନ ବିଧାୟକ ଭୀମସେନ ଚୌଧୁରୀ, ସଞ୍ଜୟ ବାବୁ, ନଳିନୀକାନ୍ତ ପ୍ରଧାନ, ବିଶାଲ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ସୁନ୍ଦରଗଡ଼ ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡାଇ, ମନ୍ତ୍ରୀ ଶାରଦା ନାୟକ, ଢେଙ୍କାନାଳ ସଂସଦୀୟ କ୍ଷେତ୍ର ବୈଠକରେ ସାଂସଦ ମହେଶ ସାହୁ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ୍‌, ବିଧାୟକ ବ୍ରଜ କିଶୋର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଯାଜପୁର ସଂସଦୀୟ କ୍ଷେତ୍ର ବୈଠକରେ ଯାଜପୁର ପର୍ଯ୍ୟବେକ୍ଷକ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri