ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ବିଜେଡିର ବିଜୟ ନିଶ୍ଚିତ: ଦେବାଶିଷ

କଟକ,୫।୨:(ଶିଳ୍ପା ପ୍ରିୟଦର୍ଶିନୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ତେବେ ଓଡ଼ିଶାରେ ଭାଜପା ସରକାର ଗଢ଼ିବାକୁ ମୋଦି ଗ୍ୟାରେଣ୍ଟି ପରି ଭାଜପା ନୂଆ ସ୍ଲୋଗାନ ଦେଇଥିବାବେଳେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହାତ ମିଳାଇଥିଲେ। ଏହି ଫଟୋ ସାମାଜିକ ଗଣମାଧ୍ୟମରେ ବେଶ୍‌ ଭାଇରାଲ ହୋଇଥିଲା। ଅନ୍ୟପଟେ କଂଗ୍ରେସ ରାଜ୍ୟ ପ୍ରଭାରୀ ଡ. ଅଜୟ କୁମାର ଶନିବାର ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କ ଆବାସିକ କାର୍ଯ୍ୟାଳୟକୁ ଆସି ବିଜେଡି ଓ ଭାଜପାର ସମ୍ପର୍କ ନେଇ ପ୍ରଶ୍ନ ଉଠାଇଥିଲେ। ବିଜେଡି ଓ ଭାଜପା ଉଭୟ ଦଳ କେବଳ ସାମ୍ନାରୁ ପ୍ରତିଦ୍ବନ୍ଦ୍ୱୀ ଭାବେ ପରସ୍ପରକୁ ଆକ୍ଷେପ କରୁଛନ୍ତି ନାଁ ବାସ୍ତବରେ ପରସ୍ପରର ପ୍ରତିଦ୍ବନ୍ଦୀ ସେ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। ଏପରିକି ଉଭୟ ଦଳର ସମ୍ପର୍କ କଂଗ୍ରେସକୁ ବିଜୟୀ କରାଇବ ଓ ଖାସ୍‌ କରି କଟକରେ କଂଗ୍ରେସର ପ୍ରଦର୍ଶନ ପୂର୍ବପରି ରହିବ ବୋଲି ପ୍ରଭାରୀ ଅଜୟ କୁମାର କହିଥିଲେ।

ବିଜେଡି ଜିଲା ସଭାପତି ଦେବାଶିଷ ସାମନ୍ତରାୟଙ୍କୁ ପଚାରିବାରୁ ସେ କହିଛନ୍ତି, ଭାଜପା ଯେକୌଣସି ପ୍ରକାରର ସ୍ଲୋଗାନ ଦେଲେ ଓଡିଶାବାସୀ ତାହାକୁ ସ୍ବୀକାର କରି ନାହାଁନ୍ତି, କି କରିବେ ନାହିଁ। ଗତ ନିର୍ବଚନ ସମୟରେ ମିଶନ ୧୨୦ କହିଥିଲେ, ହେଲେ ତାହା ୨୦ ଭଳିଆ ରହିଗଲେ। ଓଡ଼ିଶାବାସୀ କେବଳ ଗୋଟିଏ ସ୍ଲୋଗାନ ଜାଣିଛନ୍ତି, ତାହା ହେଉଛି ନବୀନ ମନ୍ତ୍ର, ଯାହାର ସୁବିଧା ଘରେ ଘରେ ଓଡ଼ିଶାବାସୀ ପାଉଛନ୍ତି ଏବଂ ସେଥିପାଇଁ ଆଜି ନବୀନ ଓଡ଼ିଶାରେ ପରିଣତ ହୋଇଛି। ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ ଏବଂ ବିଜେଡି ୧୩୦ ବିଧାୟକ ସିଟ୍‌ ଜିତିବା ସୁନିଶ୍ଚିତ। ଅନ୍ୟପଟେ କଂଗ୍ରେସର ଯେଉଁ ଅଭିଯୋଗ ରହିଛି ତାହା ଭିତ୍ତିହୀନ। ଗୋଟିଏ ସରକାରୀ କାର୍ଯ୍ୟକ୍ରମରେ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ସେଠାରେ କୌଣସି ରାଜନୈତିକ ଟିପ୍ପଣୀ ଦେବା ଉଚିତ ନ ଥିଲା, ଯାହାକି ଉଭୟ କରି ଦେଖାଇଛନ୍ତି।

ଯେବେ ରାଜନୈତିକ ମଞ୍ଚରେ ଉଭୟ ରହିବେ ସେବେ ନିଜ ନିଜ ଶକ୍ତି ପ୍ରଦର୍ଶନ କରିବେ। ସରକାରୀ କାର୍ଯ୍ୟକ୍ରମକୁ ରାଜନୈତିକ ରୂପ ଦେବା କଂଗ୍ରେସ ପ୍ରତି ଶୋଭା ପାଉନି। ଏସବୁ ଯୋଗୁ କଂଗ୍ରେସର ସ୍ଥିତି ଓଡ଼ିଶାରେ ନାହିଁ ବୋଲି ସ୍ପଷ୍ଟ କରାଉଛି। ଅନ୍ୟପଟେ ନିର୍ବାଚନ ନେଇ ସେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ଏବଂ କଟକରେ ବିଜେଡି ଖୁବ ଭଲ ପ୍ରଦର୍ଶନ କରିବ ବୋଲି ଆଶା ଓ ବିଶ୍ୱାସ ରହିଛି ବୋଲି ଦେବାଶିଷ କହିଛନ୍ତି। ବାରବାଟୀ-କଟକ ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଥମେ କଂଗ୍ରେସ ଓ ପରେ ଭାଜପା ସହ ଲଢ଼େଇ ହେବ ବୋଲି ଦେବାଶିଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri