‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି । ଅନ୍ୟପଟେ ୨୦୨୩ ମସିହାରୁ ପାର୍ଲ୍ୟାମେଣ୍ଟରେ ଗୃହୀତ ମହିଳା ସଂରକ୍ଷଣ ବିଲକୁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ଲାଗୁ କରି ନାହାନ୍ତି । ଏଭଳି ଅଭିଯୋଗ କରି ଶୁକ୍ରବାର ବରଗଡ଼ ସହରରେ ବିଜେଡି ପକ୍ଷରୁ ଆୟୋଜିତ ହୋଇଥିଲା ନାରୀ ଅଧିକାର ଅଭିଯାନ। ଏହି କ୍ରମରେ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ‌ହଜାର ହଜାର ମହିଳା ଓ ଦଳୀୟ କାର୍ଯ୍ୟକର୍ତ୍ତା ସମବେତ ହୋଇଥିଲେ। ସେଠାରୁ ସେମାନେ ଏକ ବିକ୍ଷୋଭ ଶୋଭାଯାତ୍ରାରେ ଯାଇ ସ୍ଥାନୀୟ ଗାନ୍ଧିଛକ ନିକଟ କଲ୍ୟାଣ ମଣ୍ଡପକୁ ପହଞ୍ଚି ଥିଲେ । କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଥିଲା ମହିଳା ସମାବେଶ ।

ବିରୋଧି ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ବିଜୁ ମହିଳା ଜନତାର ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ମନ୍ତ୍ରୀ ରୀତା ସାହୁ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଦଳର ଜୋନାଲ୍ ସଭାନେତ୍ରୀ ନୀଲ କୁମାରୀ ନାଏକ, ଜିଲା ସଭାନେତ୍ରୀ ତଥା ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ପ୍ରମୁଖ ସମାବେଶରେ ଉପସ୍ଥିତ ରହି ଉଦବୋଧନ ଦେଇଥିଲେ ଏବଂ କେନ୍ଦ୍ର ଓ ରାଜ୍ୟ ସରକାର ବିରୋଧରେ ବର୍ଷିଥିଲେ ।

ପରେ ସମସ୍ତେ ବିକ୍ଷୋଭ ଶୋଭାଯାତ୍ରାରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । ୨୦୨୩ ମସିହାରୁ ପାର୍ଲାମେଣ୍ଟରେ ଗୃହୀତ ମହିଳା ସଂରକ୍ଷଣ ବିଲକୁ ତୁରନ୍ତ ଲାଗୁ ଟରାଯିବା ସହିତ ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା ଉପରେ ରୋକ୍ ଲଗାଇବା ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ମାରକପତ୍ରରେ ଦାବି କରିଛି ବିଜେଡି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ।…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri