ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି। ଏହି ଶେଷଦିନରେ କଂଗ୍ରେସ, ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାର କରାଯାଇଥିବା ବେଳେ ସେଥିମଧ୍ୟରୁ ବିଜେଡି ତାର ମଧ୍ୟ ପ୍ରତିଦ୍ୱନ୍ଦ୍ୱୀ ଭାଜପାକୁ କମାଲ ଦେଖାଇ ହଜାର ହଜାର କର୍ମୀଙ୍କୁ ନେଇ ପୁରୁଷୋତ୍ତମପୁରରେ ରୋଡ୍‌ ଶୋ’ ମାଧ୍ୟମରେ ପ୍ରଚାର କରି ଶକ୍ତି ଦେଖାଇଛନ୍ତି ବିଧାୟିକା ପ୍ରାର୍ଥିନୀ ସୂର୍ଯ୍ୟମଣି ବୈଦ୍ୟ। କିଛିଦିନ ହେଲା ବିଜେଡିରେ ଦେଖାଦେଇଥିବା ଅସନ୍ତୋଷକୁ ନେଇ ଭାଜପା ଫାଇଦା ଉଠାଇବାକୁ ଆଶା ରଖି ବସିଥିବା ବେଳେ ଏହି ଶେଷଦିନରେ ଭାଜପାର ଆଶା ମଉଳିଯାଇଛି। ବିଜେଡି ସମସ୍ତ ଅସନ୍ତୁଷ୍ଟଙ୍କୁ ମନାଇ ଏକ କରିବାରେ ସକ୍ଷମ ହୋଇ କର୍ମୀମାନଙ୍କୁ ନିଜ ସପକ୍ଷରେ ଫେରାଇ ଆଣି ପ୍ରଚାରକୁ ଜୋରଦାର କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକର ଯୋଜନା ଓ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇ ଭୋଟ୍‌ ଦେବାକୁ ନିବେଦନ କରିଛନ୍ତି। ପ୍ରଚାର ବେଳେ ସୂର୍ଯ୍ୟମଣି ବିଭିନ୍ନ ସ୍ଥାନରେ ଲୋକେ ସମ୍ବର୍ଦ୍ଧନା ଦେଇଥିଲେ। ଏଥିରେ ବରିଷ୍ଠ ନେତା ବାଉରୀ ପଣ୍ଡା, ଗୌରୀଶଙ୍କର ରାଉଳ, ପ୍ରଭାତ ପଟ୍ଟନାୟକ ପ୍ରକାଶ, ତ୍ରିପାଠୀ କ୍ରୁଷ୍ଣଚନ୍ଦ୍ର ଗୌଡ଼,ଦିଗାମ୍ବର ପାଣିଗ୍ରାହୀ,ଅଶୋକ ମହାକୁଡ, ପ୍ରେମାନନ୍ଦ ସାହୁ, ସୁଦର୍ଶନ ନାୟକ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri