ଦିଗପହଣ୍ଡିରେ ଭାଜପାର ସକ୍ରୀୟ ସଦସ୍ୟ ସମ୍ମିଳନୀ, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟସ୍ଥ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପରେ ଶନିବାର ଭାଜପା ପକ୍ଷରୁ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ତଥା ବିଧାନସଭାସ୍ତରୀୟ ସକ୍ରୀୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭାଜପା ଜାତୀୟ ସଭାପତି ଜେ.ପି ନଡ୍ଡାଙ୍କ ଆହ୍ବାନ କ୍ରମେ ସକ୍ରିୟ ସଦସ୍ୟତା ଅଭିଯାନର ଉଦ୍‌ଯାପନୀ ଦିବସରେ ଆୟୋଜିତ ଭାଜପା ଜିଲା ଯୁବମୋର୍ଚ୍ଚା ଉପସଭାପତି ବାପି ପ୍ରଧାନ ସଂଯୋଜନା କରିଥିଲେ। ଭାଜପା ଗଞ୍ଜାମ ଜିଲା ସଭାପତି ସରୋଜ ସାବତ, ଦିଗପହଣ୍ଡି ବିଧାୟକ ଡା.ସିଦ୍ଧାନ୍ତ ମହାପାତ୍ର, ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ, ଜିଲା କୃଷକ ମୋର୍ଚ୍ଚା ସଭାପତି ମହନ୍ତ ଚିନ୍ମୟାନନ୍ଦ ଦାସ, ଭାଜପା ଜିଲା ସାଧାରଣ ସମ୍ପାଦକ ସିଦ୍ଧାନ୍ତ ଗଙ୍ଗଦେଓ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଭାଜପା କାର୍ଯ୍ୟକର୍ତ୍ତା ସନ୍ଧ୍ୟାରାଣୀ ପାତ୍ର, ଜଗନ୍ନାଥ ଗୌଡ, କାହ୍ନୁଚରଣ ପ୍ରଧାନ ପ୍ରମୁଖ ବକ୍ତା ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଭାଜପାକୁ ତୃଣମୂଳସ୍ତରରେ ଦଳକୁ ଅଧିକ ଦୃଢୀଭୂତ କରିବା, ସଙ୍ଗଠନର ଅଭିବୃଦ୍ଧି ନିମନ୍ତେ ପ୍ରତ୍ୟେକ ପଞ୍ଚାୟତରେ ଦଳୀୟ ସଙ୍ଗଠନକୁ ମଜବୁତ କରିବା ସହ ଜନସାଧାରଣଙ୍କ ନିକଟରେ ଉଭୟ କେନ୍ଦ୍ର ଓ ରାଜ୍ୟସରକାରଙ୍କ ବିଭିନ୍ନ ଯୋଜନା ପହଞ୍ଚାଇବା, ଦଳରେ ସମନ୍ବୟ ରକ୍ଷା କରିବା କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅତିଥିବୃନ୍ଦ ଅଭିଭାଷଣ ପ୍ରଦାନ କରିଥିଲେ। ଭାଜପା ଦିଗପହଣ୍ଡି ନଗର ସଭାପତି ପ୍ରଶାନ୍ତ ପୂଜାରୀ, ଜିଲା ସମବାୟ ସମିତି ସମୂହର ପୂର୍ବତନ ସଭାପତି ସନାତନ ସଂଗ୍ରାମ ସିଂ, ଆଇନଜୀବୀ ଏ.ସୋମେଶ୍ୱର ରାଓ, ଦଳୀୟ କର୍ମକର୍ତ୍ତା କେ.ନରସିଂହ ପାତ୍ର, କିଶୋର ସାହୁଙ୍କ ସମେତ ସମସ୍ତ ମଣ୍ଡଳ ସଭାପତି ଏବଂ ଦିଗପହଣ୍ଡି ନିର୍ବାଚନମଣ୍ଡଳୀରୁ ୩୦୧ ସକ୍ରିୟ ସଦସ୍ୟ ଏହି ସମ୍ମିଳନୀରେ ଯୋଗ ଦେଇଥିଲେ। ଭାଜପା ଗଞ୍ଜାମ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭବାନୀ ଶଙ୍କର ପଣ୍ଡା ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦର ବଡ ବ୍ରାହ୍ମଣ ସାହି, ଚିକିଟିଆ ସାହି, ଆଠଗଡ଼ିଆ ସାହି, ରାଣୀ ସାହିରେ ଦୀର୍ଘ ଦେଢ଼ ମାସ ଧରି ପାଇପ ଯୋଗେ ପାନୀୟ ଜଳ ଆସୁନଥିବା ବେଳେ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ କରି ଯଥାଶୀଘ୍ର ପାନୀୟ ଜଳର ବନ୍ଦୋବସ୍ତ କରାଯିବା ନିମନ୍ତେ ବିଧାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ୨ଦିନ ମଧ୍ୟରେ ଏହାର ସମାଧାନ କରାଯିବ ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri