ଦିଗପହଣ୍ଡିରେ ଭାଜପାର ସକ୍ରୀୟ ସଦସ୍ୟ ସମ୍ମିଳନୀ, ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟସ୍ଥ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପରେ ଶନିବାର ଭାଜପା ପକ୍ଷରୁ ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ତଥା ବିଧାନସଭାସ୍ତରୀୟ ସକ୍ରୀୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭାଜପା ଜାତୀୟ ସଭାପତି ଜେ.ପି ନଡ୍ଡାଙ୍କ ଆହ୍ବାନ କ୍ରମେ ସକ୍ରିୟ ସଦସ୍ୟତା ଅଭିଯାନର ଉଦ୍‌ଯାପନୀ ଦିବସରେ ଆୟୋଜିତ ଭାଜପା ଜିଲା ଯୁବମୋର୍ଚ୍ଚା ଉପସଭାପତି ବାପି ପ୍ରଧାନ ସଂଯୋଜନା କରିଥିଲେ। ଭାଜପା ଗଞ୍ଜାମ ଜିଲା ସଭାପତି ସରୋଜ ସାବତ, ଦିଗପହଣ୍ଡି ବିଧାୟକ ଡା.ସିଦ୍ଧାନ୍ତ ମହାପାତ୍ର, ଭାଜପା ରାଜ୍ୟ ପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ, ଜିଲା କୃଷକ ମୋର୍ଚ୍ଚା ସଭାପତି ମହନ୍ତ ଚିନ୍ମୟାନନ୍ଦ ଦାସ, ଭାଜପା ଜିଲା ସାଧାରଣ ସମ୍ପାଦକ ସିଦ୍ଧାନ୍ତ ଗଙ୍ଗଦେଓ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଭାଜପା କାର୍ଯ୍ୟକର୍ତ୍ତା ସନ୍ଧ୍ୟାରାଣୀ ପାତ୍ର, ଜଗନ୍ନାଥ ଗୌଡ, କାହ୍ନୁଚରଣ ପ୍ରଧାନ ପ୍ରମୁଖ ବକ୍ତା ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଭାଜପାକୁ ତୃଣମୂଳସ୍ତରରେ ଦଳକୁ ଅଧିକ ଦୃଢୀଭୂତ କରିବା, ସଙ୍ଗଠନର ଅଭିବୃଦ୍ଧି ନିମନ୍ତେ ପ୍ରତ୍ୟେକ ପଞ୍ଚାୟତରେ ଦଳୀୟ ସଙ୍ଗଠନକୁ ମଜବୁତ କରିବା ସହ ଜନସାଧାରଣଙ୍କ ନିକଟରେ ଉଭୟ କେନ୍ଦ୍ର ଓ ରାଜ୍ୟସରକାରଙ୍କ ବିଭିନ୍ନ ଯୋଜନା ପହଞ୍ଚାଇବା, ଦଳରେ ସମନ୍ବୟ ରକ୍ଷା କରିବା କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅତିଥିବୃନ୍ଦ ଅଭିଭାଷଣ ପ୍ରଦାନ କରିଥିଲେ। ଭାଜପା ଦିଗପହଣ୍ଡି ନଗର ସଭାପତି ପ୍ରଶାନ୍ତ ପୂଜାରୀ, ଜିଲା ସମବାୟ ସମିତି ସମୂହର ପୂର୍ବତନ ସଭାପତି ସନାତନ ସଂଗ୍ରାମ ସିଂ, ଆଇନଜୀବୀ ଏ.ସୋମେଶ୍ୱର ରାଓ, ଦଳୀୟ କର୍ମକର୍ତ୍ତା କେ.ନରସିଂହ ପାତ୍ର, କିଶୋର ସାହୁଙ୍କ ସମେତ ସମସ୍ତ ମଣ୍ଡଳ ସଭାପତି ଏବଂ ଦିଗପହଣ୍ଡି ନିର୍ବାଚନମଣ୍ଡଳୀରୁ ୩୦୧ ସକ୍ରିୟ ସଦସ୍ୟ ଏହି ସମ୍ମିଳନୀରେ ଯୋଗ ଦେଇଥିଲେ। ଭାଜପା ଗଞ୍ଜାମ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭବାନୀ ଶଙ୍କର ପଣ୍ଡା ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦର ବଡ ବ୍ରାହ୍ମଣ ସାହି, ଚିକିଟିଆ ସାହି, ଆଠଗଡ଼ିଆ ସାହି, ରାଣୀ ସାହିରେ ଦୀର୍ଘ ଦେଢ଼ ମାସ ଧରି ପାଇପ ଯୋଗେ ପାନୀୟ ଜଳ ଆସୁନଥିବା ବେଳେ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ କରି ଯଥାଶୀଘ୍ର ପାନୀୟ ଜଳର ବନ୍ଦୋବସ୍ତ କରାଯିବା ନିମନ୍ତେ ବିଧାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ୨ଦିନ ମଧ୍ୟରେ ଏହାର ସମାଧାନ କରାଯିବ ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri