ଭାଜପା କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଛେଣ୍ଡିପଦା,୧୬ା୪(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦୁର୍ଗାପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପ୍ରଧାନସାହି ତ୍ରିନାଥ ମଣ୍ଡପରେ ଶୋଇଥିବା ଭାଜପା କର୍ମୀ ସାଗର ପ୍ରଧାନ (୪୫)ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ବିଜେଡିର ୪ କର୍ମୀଙ୍କ ସମ୍ପୃକ୍ତି ସହ ୨ଜଣ ବରିଷ୍ଠ କର୍ମୀଙ୍କ ପ୍ରରୋଚନାରେ ଏହି ହତ୍ୟାକାଣ୍ଡ ଘଟାଯାଇଥିବା ମୃତ ସାଗରଙ୍କ ସ୍ତ୍ରୀ ରେଣୁବାଳା ପ୍ରଧାନ, ଭାଇ ସୁଶାନ୍ତ ପ୍ରଧାନ ଓ ପୁଅ ସୁଜିତ ପ୍ରଧାନ ଶୁକ୍ରବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର ସହ ମୁଖ୍ୟ ଅଭିଯୁକ୍ତ ସେହି ଗ୍ରାମର ଗୋବିନ୍ଦ ପ୍ରଧାନଙ୍କୁ ବକଳା ଜଙ୍ଗଲରୁ ଗିରଫ କରିଛି।
ପୋଲିସ କହିଛି, ଗତ ପଞ୍ଚାୟତ ନିର୍ବାଚନରେ ଭାଜପା କର୍ମୀ ସାଗରଙ୍କ ସମେତ କେତେଜଣ ଯୁବକ ଅଭିଯୁକ୍ତ ଗୋବିନ୍ଦଙ୍କୁ ମାର୍‌ପିଟ କରିଥିଲେ। ଏହାର ପ୍ରତିଶୋଧ ନେବା ପାଇଁ ଗୋବିନ୍ଦ ସୁଯୋଗ ଅପେକ୍ଷାରେ ଥିଲେ। ଗୁରୁବାର ଦଣ୍ଡ ନୃତ୍ୟ ଦେଖି ରାତି ପ୍ରାୟ ୩ଟାରେ ଗୋବିନ୍ଦ ଘରକୁ ଫେରିବାବେଳେ ସାଗର ତ୍ରିନାଥ ମଣ୍ଡପରେ ଶୋଇଥିବା ଦେଖିବାକୁ ପାଇଥିଲେ। ମଣ୍ଡପରେ ଆଉ କେହି ନ ଥିବାରୁ ଗୋବିନ୍ଦ ଘରୁ ଏକ ଟାଙ୍ଗିଆ ଆଣି ସାଗରଙ୍କ ବେକକୁ ଚୋଟ ପକାଇ ଫେରାର ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଖବର ମିଳିବା ପରେ ଥାନା ଅଧିକାରୀ ସରୋଜକାନ୍ତ ସାମଲ, ଏସ୍‌ଆଇ ଗଙ୍ଗାଧର ମେହେରା ଓ ଆଦିତ୍ୟ ପଟ୍ଟନାୟକ ସାଇଣ୍ଟିଫିକ୍‌ ଟିମ୍‌ ସହ ସକାଳେ ଘଟଣାସ୍ଥଳରେ ପହଞ୍ଚିଥିଲେ। ମୃତକଙ୍କ ପରିବାରବର୍ଗଙ୍କ ଅଭିଯୋଗ ଆଧାରରେ ଥାନାରେ ନଂ ୧୨୬/୨୨ରେ ମାମଲା ରୁଜୁ କରାଯାଇ ଫେରାର ଥିବା ଅଭିଯୁକ୍ତଙ୍କୁ ଜଙ୍ଗଲରୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି। ଅଭିଯୁକ୍ତ ରୋଷେଇ ଘରେ ଲୁଚାଇ ରଖିଥିବା ଟାଙ୍ଗିଆକୁ ଜବତ କରାଯାଇଥିବା ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri