ପେଟ୍ରୋଲ ଢାଳି ନିଆଁ ଲଗାଯାଇଛି: ଭାଜପା

ଦେବଗଡ଼,୧୪।୨(ଡି.ଏନ୍‌.ଏ.) : ଦେବଗଡ଼ ପୌରପରିଷଦ କାଉନସିଲ ହଲରେ ରବିବାର ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଘଟଣାକୁ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା । ଭାଜପା ପକ୍ଷରୁ ସ୍ଥାନୀୟ ବିଧାୟକଙ୍କ ବାସଭବନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ, ଉପନଗରପାଳ ପ୍ରଜିତ ଭୋଜ, ୱାର୍ଡମେମ୍ବର କାର୍ତ୍ତିକ ମହାକୁଲ, ଇତିଶ୍ରୀ ମିଶ୍ର, ସରୋଜିନୀ ମୁଣ୍ଡା, ମଧୁସୁଦନ ବାଘ, ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସରରେ ବିଧାୟକ ପାଣିଗ୍ରାହୀ ଓ ଉପନଗରପାଳ ଭୋଜ ପୌର ପରିଷଦ କର୍ମଚାରୀ ଏବଂ କେତେକ ବ୍ୟକ୍ତି ଉଦ୍ଦେଶ୍ୟ ମୂଳକ ଭାବେ ପୌରପରିଷଦର କାଉନସିଲ ହଲରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଅଭିଯୋଗ କରିଛନ୍ତି।

ଏପରିକି ପୌରପରିଷଦର ବିଭିନ୍ନ ଦୁର୍ନୀତି ଏବଂ ଆର୍‌ଟିଆଇ ରିପୋର୍ଟ ନ ଦେବା ପାଇଁ ଏଭଳି କାମ କରାଯାଇଥିବା ଖବରଦାତା ସମ୍ମିଳନୀରେ କୁହାଯାଇଛି। ଅନ୍ୟପକ୍ଷେ ପୌରପରିଷଦରେ ଲାଗିଥିବା ସିସି ଟିଭି କ୍ୟାମେରାକୁ ଜାଣିଶୁଣି ଦୀର୍ଘ ମାସ ହେବ ବନ୍ଦ କରିଦିଆଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏନେଇ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ସତ୍ୟାସତ୍ୟ ଜଣାପଡିବ ବୋଲି ଭାଜପା ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ଦେବଗଡ଼ ପୌରପରିଷଦରେ ଗତ ଡିସେମ୍ବର ମାସରୁ ଲୋକାଲ ଅଡିଟ ଚାଲିଛି। ହେଲେ ରବିବାର ପ୍ରତ୍ୟୁଷରେ କାଉନସିଲ ହଲରେ ନିଆଁ ଲାଗିଯାଇଥିଲା। ଫଳରେ ରାତି ଜଗୁଆଳିଙ୍କ ସହ ସ୍ଥାନୟ ଲୋକଙ୍କ ସହାୟତାରେ ନିଆଁ ଲିଭାଇବା ସହ ଦମକଳ ବାହିନୀକୁ ସୂଚନା ଦିଆଯାଇଥିଲା। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ନିଆଁ ଆୟତ୍ତ ହୋଇସାରିଥିଲା। ଏହି ଘଟଣାକୁ ନେଇ ଏବେ ନାନା ଆଲୋଚନା ହେଉଛି। ଏହାର ଠିକ୍‌ ତଦନ୍ତ କରାଗଲେ ସତ୍ୟାସତ୍ୟ ପଦାକୁ ଆସିବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଅନ୍ୟପକ୍ଷେ ପୋଲିସ ମଧ୍ୟ ଘଟଣାର ତଦନ୍ତ କରି ଫେରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri