ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ଲାଗି ଭାଜପାର ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର, ୧ା୧୦(ବ୍ୟୁରୋ):ରାଜ୍ୟରେ ଖାଲି ହୋଇଥିବା ଦୁଇଟି ବିଧାନସଭା ଆସନ ତିର୍ତ୍ତୋଲ ଏବଂ ବାଲେଶ୍ୱର ଆସନରେ ଉପନିର୍ବାଚନ ନେଇ ନିର୍ବାଚନ ତାରିଖ ଘୋଷଣା ସରିଛି। ଆସନ୍ତା ନଭେମ୍ବର ୩ ତାରିଖରେ ନିର୍ବାଚନ ହେବାକୁ ଥିବାବେଳେ ବର୍ତ୍ତମାନଠାରୁ ସବୁ ରାଜନୈତିକ ଦଳଗୁଡ଼ିକ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ବୁଧବାର ଏହି ଦୁଇ ଆସନ ପରିଚାଳନା ଦାୟିତ୍ୱ ଦଳର କେତେଜଣ ବରିଷ୍ଠ ନେତାଙ୍କ ହାତରେ ନ୍ୟସ୍ତ କରିଛନ୍ତି। ବାଲେଶ୍ୱର ଆସନରେ ଉପନିର୍ବାଚନ ପରିଚାଳନାର ମୁଖ୍ୟ ଦାୟିତ୍ୱ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କରିବାକୁ ଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ମୟୁରଭଞ୍ଜ ଏମ୍‌ପି ବିଶେଶ୍ୱର ଟୁଡୁ, ଗୋଲକ ମହାପାତ୍ର, ବିଷ୍ଣୁ ସେଠୀ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ମୋହନ ମାଝି, ସୁକାନ୍ତ ନାୟକ, କାଳନ୍ଦୀ ସାମଲ, ଟଙ୍କଧର ତ୍ରିପାଠୀ, ସ୍ମୃତି ପଟ୍ଟନାୟକ, ଗୋବିନ୍ଦ ଦାଶ, ଅଜୟ କୁମାର ମିଶ୍ର ଏବଂ ଉମାକାନ୍ତ ମହାପାତ୍ରଙ୍କୁ ଦିଆଯାଇଛି। ସେହିପରି ତିର୍ତ୍ତୋଲ ଆସନର ଦାୟିତ୍ୱ ମଧ୍ୟ ଦଳର ବହୁ ବରିଷ୍ଠ ନେତାଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଛି। ପୃଥ୍ବୀରାଜ ହରିଚନ୍ଦନ, ଅପରାଜିତା ଷଡଙ୍ଗୀ, ସମୀର ଦେ, ନୟନ ମହାନ୍ତି, ପ୍ରକାଶ ମିଶ୍ର, ଭୃଗୁବକ୍ସି ପାତ୍ର, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜୟନ୍ତ ଷଡଙ୍ଗୀ, ପ୍ରଭାତୀ ପରିଡ଼ା, ଇରାଶିସ୍‌ ଆଚାର୍ଯ୍ୟ, ସାରଦା ପ୍ରଧାନ, ବିଭୁ ତରାଇ, ଭୁବନମୋହନ ଜେନା, ପ୍ରକାଶ ବେହେରା, ଅମର ନାୟକ ଆଦିଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri