ପକ୍କାଘର ଯୋଗାଇବା ନେଇ ମୁହାଁମୁହିଁ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬.୭ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ପୋର୍ଟାଲ ଖୋଲିବା ନିମନ୍ତେ ରାଜ୍ୟ ସଭାରେ ବିଜେଡି ଏମ୍‌ପି ଯେଉଁ ଦାବି କରିଛନ୍ତି ତାହା ଚୋରି ଏବଂ ଚୋରି ଉପରେ ସିନା ଜୋରି ସଦୃଶ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଆସୁଥିବା ଘରକୁ ଦଳୀୟ ଆଧାରରେ ବଣ୍ଟନ ହେଉଛି। ରାଜ୍ୟ ସରକାର ପ୍ରକୃତ ହିତାଧିକାରୀଙ୍କୁ ଘର ନ ଦେଇ ନିଜ ଦୋଷକୁ ଲୁଚାଇ କେବଳ କେନ୍ଦ୍ର ଉପରେ ବିନା କାରଣରେ ଆରୋପ ଲଗାଉଛନ୍ତି ବୋଲି ଗୋଲକ ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗୋଲକ କହିଛନ୍ତି, ଯଦି ବିଜେଡିକୁ ଗରିବଙ୍କ ଘର ପାଇଁ ଏତେ ଚିନ୍ତା, ତେବେ ଯେତେବେଳେ ଆବାସ ପ୍ଲସ୍‌ରେ ୪ଥର ସମୟସୀମା ବୃଦ୍ଧି କରାଗଲା ସେତେବେଳେ କୁଆଡ଼େ ଯାଇଥିଲା। ସେତେବେଳେ କେବିକେ ସମେତ ୧୬ ଜିଲାର ୬.୭ ଲକ୍ଷ ହିତାଧିକାରୀଙ୍କୁ ସାମିଲ ନ କରି ଏବେ ସସ୍ମିତ୍‌ ପାତ୍ର କାହିଁକି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ୯ ଜିଲାରେ ଘର ଆବଣ୍ଟନ ଶୂନ ଥିବାବେଳେ ଝାରସୁଗୁଡ଼ାକୁ ଏହି ଯୋଜନାରେ ମାତ୍ର ୪ଟି ଘର ଆବଣ୍ଟନ କରାଯାଇଛି। ପ୍ରଥମେ ରାଜ୍ୟ ସରକାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ସାର୍ବଜନୀନ କରନ୍ତୁ। ସାଧାରଣ ଜନତା ଏହାର ଜବାବ ନିଶ୍ଚୟ ଦେବେ ବୋଲି ଗୋଲକ କହିଛନ୍ତି।
ଭାଜପାକୁ ଟାର୍ଗେଟକରି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ଭାଜପା ରାଜ୍ୟର କେବିକେ ଅଞ୍ଚଳ, ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ପ୍ରାୟ ୬ ଲକ୍ଷ ଆଦିବାସୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଘର ପାଇବାରୁ ବଞ୍ଚିତ କରିବାକୁ ଷଡ଼ଯନ୍ତ୍ର କରୁଛି। ରାଜ୍ୟର ୬ ଲକ୍ଷ ପରିବାର ବିରୋଧରେ ଏହି ଷଡ଼ଯନ୍ତ୍ର ସେତେବେଳେ ଆରମ୍ଭ ହୋଇଥିଲା ଯେତେବେଳେ ଭାଜପା ଏମ୍‌ପିମାନେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କୁ ଭେଟି ମିଛରେ ଦାବି କରିଥିଲେ, ପିଏମ୍‌ଏୱାଇ ଯୋଜନାରେ ଅନିୟମିତତା ହୋଇଛି ଏବଂ ୬ ଲକ୍ଷ ଘର ଆଦିବାସୀଙ୍କୁ ଦିଆଯାଇ ନାହିଁ ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁଲାଇ ୨୦୨୧ରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ପିଏମ୍‌ଏୱାଇ ଯୋଜନାର ଆୱାସ ପ୍ଲସ୍‌ ପୋର୍ଟାଲ ଖୋଲିବାକୁ ଅନୁରୋଧ କରିଥିଲେ। କାରଣ ୬ ମାସ ହେଲା ଭାଜପାର ଷଡ଼ଯନ୍ତ୍ର ଯୋଗୁ କେନ୍ଦ୍ର ଦ୍ୱାରା ଆୱାସ ପ୍ଲସ୍‌ ପୋର୍ଟାଲ ଖୋଲାହେଲା ନାହିଁ କି ୬ ଲକ୍ଷ ଘର ଯୋଗାଇ ଦିଆଗଲା ନାହିଁ ା ଏଥିଲାଗି ରାଜ୍ୟବାସୀ ଭାଜପାକୁ ଆଦୌ କ୍ଷମା କରିବେ ନାହିଁ ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri