ପକ୍କାଘର ଯୋଗାଇବା ନେଇ ମୁହାଁମୁହିଁ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬.୭ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ପୋର୍ଟାଲ ଖୋଲିବା ନିମନ୍ତେ ରାଜ୍ୟ ସଭାରେ ବିଜେଡି ଏମ୍‌ପି ଯେଉଁ ଦାବି କରିଛନ୍ତି ତାହା ଚୋରି ଏବଂ ଚୋରି ଉପରେ ସିନା ଜୋରି ସଦୃଶ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଅଭିଯୋଗ କରିଛନ୍ତି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଆସୁଥିବା ଘରକୁ ଦଳୀୟ ଆଧାରରେ ବଣ୍ଟନ ହେଉଛି। ରାଜ୍ୟ ସରକାର ପ୍ରକୃତ ହିତାଧିକାରୀଙ୍କୁ ଘର ନ ଦେଇ ନିଜ ଦୋଷକୁ ଲୁଚାଇ କେବଳ କେନ୍ଦ୍ର ଉପରେ ବିନା କାରଣରେ ଆରୋପ ଲଗାଉଛନ୍ତି ବୋଲି ଗୋଲକ ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗୋଲକ କହିଛନ୍ତି, ଯଦି ବିଜେଡିକୁ ଗରିବଙ୍କ ଘର ପାଇଁ ଏତେ ଚିନ୍ତା, ତେବେ ଯେତେବେଳେ ଆବାସ ପ୍ଲସ୍‌ରେ ୪ଥର ସମୟସୀମା ବୃଦ୍ଧି କରାଗଲା ସେତେବେଳେ କୁଆଡ଼େ ଯାଇଥିଲା। ସେତେବେଳେ କେବିକେ ସମେତ ୧୬ ଜିଲାର ୬.୭ ଲକ୍ଷ ହିତାଧିକାରୀଙ୍କୁ ସାମିଲ ନ କରି ଏବେ ସସ୍ମିତ୍‌ ପାତ୍ର କାହିଁକି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ୯ ଜିଲାରେ ଘର ଆବଣ୍ଟନ ଶୂନ ଥିବାବେଳେ ଝାରସୁଗୁଡ଼ାକୁ ଏହି ଯୋଜନାରେ ମାତ୍ର ୪ଟି ଘର ଆବଣ୍ଟନ କରାଯାଇଛି। ପ୍ରଥମେ ରାଜ୍ୟ ସରକାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ସାର୍ବଜନୀନ କରନ୍ତୁ। ସାଧାରଣ ଜନତା ଏହାର ଜବାବ ନିଶ୍ଚୟ ଦେବେ ବୋଲି ଗୋଲକ କହିଛନ୍ତି।
ଭାଜପାକୁ ଟାର୍ଗେଟକରି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ଭାଜପା ରାଜ୍ୟର କେବିକେ ଅଞ୍ଚଳ, ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର ପ୍ରାୟ ୬ ଲକ୍ଷ ଆଦିବାସୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଘର ପାଇବାରୁ ବଞ୍ଚିତ କରିବାକୁ ଷଡ଼ଯନ୍ତ୍ର କରୁଛି। ରାଜ୍ୟର ୬ ଲକ୍ଷ ପରିବାର ବିରୋଧରେ ଏହି ଷଡ଼ଯନ୍ତ୍ର ସେତେବେଳେ ଆରମ୍ଭ ହୋଇଥିଲା ଯେତେବେଳେ ଭାଜପା ଏମ୍‌ପିମାନେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କୁ ଭେଟି ମିଛରେ ଦାବି କରିଥିଲେ, ପିଏମ୍‌ଏୱାଇ ଯୋଜନାରେ ଅନିୟମିତତା ହୋଇଛି ଏବଂ ୬ ଲକ୍ଷ ଘର ଆଦିବାସୀଙ୍କୁ ଦିଆଯାଇ ନାହିଁ ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁଲାଇ ୨୦୨୧ରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ପିଏମ୍‌ଏୱାଇ ଯୋଜନାର ଆୱାସ ପ୍ଲସ୍‌ ପୋର୍ଟାଲ ଖୋଲିବାକୁ ଅନୁରୋଧ କରିଥିଲେ। କାରଣ ୬ ମାସ ହେଲା ଭାଜପାର ଷଡ଼ଯନ୍ତ୍ର ଯୋଗୁ କେନ୍ଦ୍ର ଦ୍ୱାରା ଆୱାସ ପ୍ଲସ୍‌ ପୋର୍ଟାଲ ଖୋଲାହେଲା ନାହିଁ କି ୬ ଲକ୍ଷ ଘର ଯୋଗାଇ ଦିଆଗଲା ନାହିଁ ା ଏଥିଲାଗି ରାଜ୍ୟବାସୀ ଭାଜପାକୁ ଆଦୌ କ୍ଷମା କରିବେ ନାହିଁ ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri