ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଲେ ଭାଜପା, କଂଗ୍ରେସ

ବରଗଡ଼ ଅଫିସ୍‌/ଅମ୍ବାଭୋନା,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଚାଲିଛି ଛକାପଞ୍ଝା । ଏଭଳି ସ୍ଥିତିରେ ସୋମବାର ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଜିଲା ପରିଷଦ ଜୋନ-୨ରୁ ଦଳୀୟ ପ୍ରାର୍ଥିନୀ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବା ପରେ ଉଭୟ ଭାଜପା, କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା । ଅନ୍ୟପକ୍ଷେ ଆନୁଷ୍ଠାନିକ ଘୋଷଣା ହୋଇ ନ ଥିଲେ ମଧ୍ୟ ବିଜେଡ଼ି ପ୍ରାର୍ଥିନୀ ଏହି ଆସନରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକପ୍ରକାର ସ୍ପଷ୍ଟ ହୋଇଛି ।

ଅମ୍ବାଭୋନା ବ୍ଲକ ଜିଲା ପରିଷଦ ଜୋନ-୨ ଅନୁସୂଚିତ ଜନଜାତି(ଏସ୍‌ଟି) ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ରହିଛି । ଏହି ଆସନ ପାଇଁ ଭାଜପାରୁ ବିନୋଦିନୀ ରାୟ, କଂଗ୍ରେସରୁ ପଦ୍ମିନୀ ଭୁଏ ଏବଂ ବିଜେଡ଼ିରୁ କଳ୍ପନା ପଧାନ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସବୁ ପ୍ରାର୍ଥିପତ୍ର କାଏମ ରହିଥିଲା । ହେଲେ ସୋମବାର ଭାଜପା ପ୍ରାର୍ଥିନୀ ରାୟ ଏବଂ କଂଗ୍ରେସ ପ୍ରାର୍ଥିନୀ ଭୁଏ ନିଜ ପ୍ରାର୍ଥିପତ୍ର ପ୍ରାତ୍ୟାହାର କରି ନେଇଥିବା ସୂଚନା ମିଳିଛି। ଫଳରେ ବିଜେଡ଼ି ପ୍ରାର୍ଥିନୀ ପଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି।

ଏହି ସମ୍ପର୍କରେ ଭାଜପା ଜିଲା ସାଧାରଣ ସମ୍ପାଦକ ରବି ନାରାୟଣ ଦାଶ ଏବଂ ଅମ୍ବାଭୋନା ବ୍ଲକ କଂଗ୍ରେସ ସଭାପତି ନିରଞ୍ଜନ ପଟେଲ ଦଳୀୟ ପ୍ରାର୍ଥିନୀଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାକୁ ସ୍ବିକାର କରିଥିବା ବେଳେ ଶାସକ ବିଜେଡ଼ିର ବାହୁବଳ, ଅର୍ଥବଳରେ ଦଳୀୟ ପ୍ରାର୍ଥିନୀ ପ୍ରାର୍ଥିପତ୍ର ପ୍ରତ୍ୟାହାରର କରିବାକୁ ବାଧ୍ୟ ହୋଇଛନ୍ତି। ଏହା ଗଣତନ୍ତ୍ର ପାଇଁ ଶୁଭ ସଂକେତ ନୁହେଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri