Posted inଜାତୀୟ

ଭାଜପା ନିଜ ଲୋକ ପଠାଇ ଟିଏମ୍‌ସି ବୈଠକରେ କରୁଛି ଉପଦ୍ରବ: ମମତା

କୋଲକାତା,୧୯ ।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ସେତେ ସରଗରମ ହେଉଛି । ରାଜନୈତିକ ପାର୍ଟି ମଧ୍ୟରେ କଥାକଟାକଟି ମଧ୍ୟ ଜାରି ରହିଛି । ମଙ୍ଗଳବାର ପୁରୁଲିଆରେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଓ ସିପିଏମ୍ ପାର୍ଟି ଆମ ବୈଠକରେ ନିଜ ଲୋକଙ୍କୁ ପଠାଇ ଉପଦ୍ରବ କରିବା ଆରମ୍ଭ କରି ଦେଇଛି । ଏବେ ଆମେବି ଏହାକୁ ଅପାଣାଇବୁ ବୋଲି ମମତା କହିଛନ୍ତି । ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଏକ ଦଳିତ ପରିବାର କହିଲା ଆମେ ଭାଜପା ନେତାଙ୍କୁ ନିଜ ପକେଟରୁ ଖର୍ଚ୍ଚ କରି ଖାଇବାକୁ ଦେଲୁ, ଏବେ ଆମେ ଏହାକୁ ଭରଣା କରିବୁ କିପରି । ଏହାପରେ ମମତା ତାଙ୍କ କର୍ମୀଙ୍କୁ କହିଛନ୍ତି ଯଦି ଆପଣମାନେ ଏମିତି କିଛି ଦେଖୁଛନ୍ତି ତେବେ ଏହାର ଭରଣା କରନ୍ତୁ । ଯଦି କେହି ଆପଣଙ୍କୁ ଭୋଟ ଦେବାପାଇଁ ଟଙ୍କା ଦେଉଛନ୍ତି ତେବେ ସେ ଟଙ୍କା ଆପଣ ନିଅନ୍ତୁ । ଆପଣମାନେ ଲୋକ ସଭା ନିର୍ବାଚନରେ ଯେଉଁ ଭାଜପା ପ୍ରାର୍ଥୀଙ୍କୁ ଭୋଟ ଦେଇ ଜିତାଇଥିଲେ ସେ କେବେ ଥରଟେ ଅପାଣମାନଙ୍କ ପାଖକୁ ଆସିଲେଣି । ତେଣୁ ଭାଜପା ଭୋଟ ପୂର୍ବରୁ କେବଳ ମିଛ ପ୍ରତିଶ୍ରୁତି ଦେଇଥାଏ ବୋଲି ମମତା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri