Posted inଜାତୀୟ

ଡିମ୍ପଲଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୧୫।୧୧: ଉତ୍ତରପ୍ରଦେଶର ମୈନପୁରୀ, ରାମପୁର ଏବଂ ଖତୌଲି ଆସନ ପାଇଁ ଭାଜପା ମଙ୍ଗଳବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୈନପୁରୀ ଉପବିର୍ବାଚନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କ ବିରୋଧରେ ଭାଜପା ରଘୁରାଜ ସିଂ ଶାକ୍ୟାଙ୍କୁ ଟିକେଟ ଦେଇଛି।
ଏହା ବ୍ୟତୀତ ରାମପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଆଜମ ଖାନଙ୍କ ଏହି ଗଡ଼ରେ ଦଳ ଆକାଶ ସାକ୍ସେନାଙ୍କୁ ପ୍ରାର୍ଥୀ କରିଛି। ଆକାଶ ରାମପୁରରେ ଆଜମଙ୍କ ଜଣେ ଦୃଢ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଏ। ମୁଜାଫରନଗର ଖତୌଲିର ଉପନିର୍ବାଚନରେ ଭାଜପା ରାଜକୁମାରୀ ସଇନିଙ୍କୁ ଟିକେଟ ଦେଇଛି।
ମୈନପୁରୀ ଏବଂ ଖତୌଲି ଆସନ ପାଇଁ ନାମାଙ୍କନ ନଭେମ୍ବର ୧୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ରାମପୁର ଆସନ ପାଇଁ ନାମାଙ୍କନ ନଭେମ୍ବର ୧୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଡିସେମ୍ବର ୫ ରେ ଏହି ଆସନଗୁଡିକରେ ଭୋଟ ଗ୍ରହଣ କରାଯିବ ଏବଂ ଡିସେମ୍ବର ୮ରେ ଭୋଟ ଗଣନା କରାଯିବ।
ସୂଚନାଯୋଗ୍ୟ, ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ମୈନପୁରୀରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ରାମପୁରରୁ ଆଜମ ଖାନ ଏବଂ ଖତୌଲିରୁ ବିଧାୟକ ବିକ୍ରମ ସିଂ ସଇନିଙ୍କ ସଦସ୍ୟତା ରଦ୍ଦ ହେବା ପରେ ସେଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri