Posted inଜାତୀୟ

ଡିମ୍ପଲଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୧୫।୧୧: ଉତ୍ତରପ୍ରଦେଶର ମୈନପୁରୀ, ରାମପୁର ଏବଂ ଖତୌଲି ଆସନ ପାଇଁ ଭାଜପା ମଙ୍ଗଳବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୈନପୁରୀ ଉପବିର୍ବାଚନରେ ସମାଜବାଦୀ ପାର୍ଟି ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କ ବିରୋଧରେ ଭାଜପା ରଘୁରାଜ ସିଂ ଶାକ୍ୟାଙ୍କୁ ଟିକେଟ ଦେଇଛି।
ଏହା ବ୍ୟତୀତ ରାମପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଆଜମ ଖାନଙ୍କ ଏହି ଗଡ଼ରେ ଦଳ ଆକାଶ ସାକ୍ସେନାଙ୍କୁ ପ୍ରାର୍ଥୀ କରିଛି। ଆକାଶ ରାମପୁରରେ ଆଜମଙ୍କ ଜଣେ ଦୃଢ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚନା କରାଯାଏ। ମୁଜାଫରନଗର ଖତୌଲିର ଉପନିର୍ବାଚନରେ ଭାଜପା ରାଜକୁମାରୀ ସଇନିଙ୍କୁ ଟିକେଟ ଦେଇଛି।
ମୈନପୁରୀ ଏବଂ ଖତୌଲି ଆସନ ପାଇଁ ନାମାଙ୍କନ ନଭେମ୍ବର ୧୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ରାମପୁର ଆସନ ପାଇଁ ନାମାଙ୍କନ ନଭେମ୍ବର ୧୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଡିସେମ୍ବର ୫ ରେ ଏହି ଆସନଗୁଡିକରେ ଭୋଟ ଗ୍ରହଣ କରାଯିବ ଏବଂ ଡିସେମ୍ବର ୮ରେ ଭୋଟ ଗଣନା କରାଯିବ।
ସୂଚନାଯୋଗ୍ୟ, ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ମୈନପୁରୀରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ରାମପୁରରୁ ଆଜମ ଖାନ ଏବଂ ଖତୌଲିରୁ ବିଧାୟକ ବିକ୍ରମ ସିଂ ସଇନିଙ୍କ ସଦସ୍ୟତା ରଦ୍ଦ ହେବା ପରେ ସେଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri