ଓଡ଼ିଶା ପାଇଁ ଲୋକ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା

ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। କଟକ ପାଇଁ ଭର୍ତ୍ତୃହରି ମହତାବଙ୍କୁ ଦଳ ପ୍ରାର୍ଥୀ କରିଛି। ଯାଜପୁର ପାଇଁ ରବୀନ୍ଦ୍ର ନାରାୟଣ ବେହେରାଙ୍କ ଉପରେ ଦଳ ଭରସା କରିଛି। ସେହିଭଳି କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ଦଳ ପ୍ରାର୍ଥୀ କରିଛି। ପୂର୍ବରୁ ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲା। ଆଜିର ୩କୁ ମିଶାଇ ସମସ୍ତ ୨୧ ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା।

ପୂର୍ବରୁ ଘୋଷଣା ହୋଇଥିବା ତାଲିକାରେ ସମ୍ବଲପୁରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱରରୁ ଅପରାଜିତା ଷଡ଼ଙ୍ଗୀ, ପୁରୀରୁ ସମ୍ବିତ ପାତ୍ର,କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ବାଲେଶ୍ୱରରୁ ପ୍ରତାପ ଷଡ଼ଙ୍ଗୀ, ବ୍ରହ୍ମପୁରରୁ ପ୍ରଦୀପ ପାଣିଗ୍ରାହୀ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, ବରଗଡ଼ରୁ ପ୍ରଦୀପ ପୁରୋହିତ, କେନ୍ଦୁଝରରୁ ଅନନ୍ତ ନାୟକ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ମୟୂରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଜଗତସିଂହପୁରରୁ ବିଭୁପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶିନୀ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, କୋରାପୁଟରୁ କାଳିରାମ ମାଝୀ ପ୍ରାର୍ଥୀ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri