ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଶାସକ ଭାଜପା ଆଗୁଆ ଥିବା ଜଣାପଡିଛି । ଭାଜପା ଜିଲା ସଭାପତି ସରୋଜ ସାବତ ଏବଂ ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ଅନୁମୋଦନ କ୍ରମେ ଆଶୁତୋଷ ଦାସ ଗଞ୍ଜାମ ଏନଏସି ଯୁବମୋର୍ଚ୍ଚା ସଭାପତି ଏବଂ ହୁମା ମଣ୍ଡଳ ପାଇଁ ପ୍ରଶାନ୍ତ ପରିଡା ଯୁବମୋର୍ଚ୍ଚା ସଭାପତି ନିଯୁକ୍ତି ହୋଇଥିବା ଜଣାପଡିଛି । ନିଯୁକ୍ତି ପରେ ଉଭୟ ସଭାପତି ରାଜ୍ୟ ସଭାପତିଙ୍କ ସମେତ, ଜିଲା ଓ ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅନ୍ୟପଟେ ନବ ନିଯୁକ୍ତ ଦୁଇ ସଭାପତିଙ୍କୁ ହୁମା ମଣ୍ଡଳ ସଭାପତି ଧ୍ରୁବ ଚରଣ ପଲାଇ, ଏନଏସି ମଣ୍ଡଳ ସଭାପତି ଭଗବାନ ପ୍ରଧାନ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି । ଦଳୀୟ ସଂଗଠନ ପ୍ରତି ଅଧିକ ଧ୍ୟାନ ଦେବା ସହ ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ ପହଂଚାଇବା ଦିଗରେ ଗୁରୁତ୍ୱ ଦେବେ ବୋଲି ଗଣମାଧ୍ୟମକୁ ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?