ରାତିରେ ଭାଜପା, ସକାଳେ ବିଜେଡି

ସମ୍ବଲପୁର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବା ପରେ ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ଘଡିକେ ଘୋଡା ଛୁଟିବା ସ୍ଥିତି ଦେଖିବାକୁ ମିଳିଛି। ବିଜେଡି ନେତା ରାତିରେ ଭାଜପାରେ ମିଶିବା ପରେ ସକାଳେ ପୁଣି ଦଳକୁ ଫେରିବା ଘଟଣା ସମ୍ବଲପୁରରେ ଆଲୋଚନାର ବିଷୟ ହୋଇଛି। ସୂଚନା ଅନୁଯାୟୀ ଜାନୁୟାରୀ ୧୮ରେ ଘେନୁପାଲି ପଞ୍ଚାୟତର ବିଜେଡି ସଭାପତି ଅନନ୍ତ ବେହେରା ଶତାଧିକ ସମର୍ଥକଙ୍କ ସହ ଭାଜପାରେ ଯୋଗଦେଇଥିଲେ। ସେ ସମୟରେ ଭାଜପାର ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ ସେ ଦଳରେ ଯୋଗ ଦେଇଥିବା କହିଥିଲେ। ରାତିରେ ଏହି ଖବର ସବୁଆଡେ ପ୍ରଚାର ହୋଇଗଲା। ଏପରି କି ବିଧାୟକ ତଥା ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କ ପାଖରେ ପହଞ୍ଚତ୍ଥିଲା। ରାତିଅଧିଆ ବିଜେଡିର ନେତା ଓ କର୍ମୀ ଅନନ୍ତଙ୍କ ପାଖରେ ପହଞ୍ଚି ବୁଝାଶୁଝା କରିଥିଲେ। ପରେ ସମ୍ବଲପୁର ସାଖିପଡାସ୍ଥିତ ବିଧାୟକ ପୂଜାରୀଙ୍କ ବାସଭବନରେ ସେ ପୁଣି ଦଳକୁ ଫେରିଥିଲେ। ଅନ୍ୟ ଏକ ଘଟଣାକ୍ରମେ ବିଜେଡି କର୍ମୀ ତଥା ଧମାର ପୂର୍ବତନ ସମିତି ସଭ୍ୟ ଦଳଗଞ୍ଜନ ସେଠ ସମିତି ସଭ୍ୟ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ହେଲେ ଆଉ ଜଣେ ବିଜେଡି ସମର୍ଥିତ ପ୍ରାର୍ଥୀ ଏହି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାକୁ ନେଇ ସେ ଅସନ୍ତୁଷ୍ଟ ରହିଥିଲେ। ଏପରିସ୍ଥଳେ ସେ ଭାଜପା ନେତାଙ୍କ ସଂସ୍ପର୍ଶରେ ଆସି ଜାନୁୟାରୀ ୨୫ରେ କଚେରୀସ୍ଥିତ ଭାଜପା କାର୍ଯ୍ୟାଳୟରେ ଦଳରେ ଯୋଗଦାନ କରିଥିଲେ। ଜିଲା ସଭାପତି ଗିରିଶ ପଟେଲ, ଦେବେନ୍ଦ୍ର ମହପାତ୍ର, ରମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଖବର ପାଇ ରାତିଅଧିଆ ବିଜେଡି ନେତା ଓ କର୍ମକର୍ତ୍ତା ଦଳଗଞ୍ଜନଙ୍କୁ ବୁଝାଇବାରେ ସକ୍ଷମ ହୋଇଥିଲେ। ପରଦିନ ସକାଳେ ବିଧାୟକ ପୂଜାରୀଙ୍କ ଘରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଘର ବାହୁଡା କରିଥିଲେ। ଏଭଳି ଘଟଣାକୁ ନେଇ ଏବେ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?