Posted inଜାତୀୟ

ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ନେଇ ଗାନ୍ଧୀ ପରିବାରକୁ ଟାର୍ଗେଟ କଲା ଭାଜପା, କହିଲା ଚାଇନରୁ ବି ହୋଇଛି ଫଣ୍ଡିଂ

ନୂଆଦିଲ୍ଲୀ,୨୩ ।୧୦: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ରବିବାର ୨୩ ଅକ୍ଟୋବରରେ ରାଜୀବ ଗାନ୍ଧୀ ଫାଉଣ୍ଡେଶନର ଏଫସିଆରଏ ଲାଇସେନ୍ସ ରଦ୍ଦ କରି ଦେଇଛି । ମନ୍ତ୍ରଣାଳୟ ପକ୍ଷରୁ ଏହି ପଦକ୍ଷେପ ଫରେନ କଣ୍ଟ୍ରିବ୍ୟୁଶନ(ରେଗୁଲେଶନ)ଆକ୍ଟ ଆଧାରରେ କରାଯାଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରବକ୍ତା ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀରେ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି । ସେ ଗାନ୍ଧୀ ପରିବାରକୁ ଭ୍ରଷ୍ଟ କହିବା ସହ ଚାଇନାରୁ ଡୋନେଶନ କଥା ଉଠାଇଛନ୍ତି ।
ସମ୍ବିତ ପାତ୍ର କହିଛନ୍ତି, ଦୀପାବଳି ଅବସରରେ ଗାନ୍ଧୀ ପରିବାରର ଭ୍ରଷ୍ଟାଚାର ପୁଣି ପଦାକୁ ଆସିଛି । ରାଜୀବ ଗାନ୍ଧୀ ଫାଉଣ୍ଡେଶନ ଓ ରାଜୀବ ଗାନ୍ଧୀ ଚ୍ୟାରିଟେବଲ ଟ୍ରଷ୍ଟ ୨ଟି ଏନଜିଓ ଗାନ୍ଧୀ ପରିବାରର ଥିଲା । ଆଉ ଏହି ଦୁଇଟି ଉପରେ ପ୍ରତିବନ୍ଧ ଲଗାଇବା କାମ ମିନିଷ୍ଟ୍ରି ଅଫ ହୋମ ଆଫାୟାର୍ସ କରିଛି ।
ସମ୍ବିତ କହିଛନ୍ତି, ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ନେଇ ପବ୍ଲିକ ଡୋନେଟରେ ବହୁତ ଆଲିଗେଶନ ଆସିଛି ଏହାସହ କିଛି ତଥ୍ୟ ବି ସାମ୍ନାକୁ ଆସିଛି । ୨୦୨୦ରେ ଜେପି ନଡ୍ଡା କହିଥିଲେ ରାଜୀବ ଗାନ୍ଧୀ ଫାଉଣ୍ଡେଶନ ଯାହାର ଚେୟାରପର୍ସନ ସୋନିଆ ଗାନ୍ଧୀ ରହିଛନ୍ତି ସେ ୩ ଥର ଚାଇନାରୁ ଡୋନେଶନ ନେଇଛନ୍ତି । ଏହି ଏନଜିଓର ଅଧ୍ୟକ୍ଷତା ଯାହା ଚାଇନାଠାରୁ ପଇସା ନେଇଥିଲା ତାହା ଉପରେ ସରକାର ଅଙ୍କୁଶ ଲଗାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?