Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଛବି ମଳିନ କରିବା ପାଇଁ ଟୁଲକିଟ୍‌ ଚଳାଇଛି କଂଗ୍ରେସ

ନୂଆଦିଲ୍ଲୀ, ୧୮।୫ : କରୋନା ଭାଇରସର ନୂଆ ଷ୍ଟ୍ରେନକୁ ସୋସିଆଲ ମିଡିଆ ଓ ବିଭିନ୍ନ ଗଣମାଧ୍ୟମରେ ‘ଭାରତୀୟ ଷ୍ଟ୍ରେନ’ ବା ‘ମୋଦି ଷ୍ଟ୍ରେନ’ ବୋଲି ଅପପ୍ରଚାର କରାଯାଉଛି। ଏହା ଏକ ଟୁଲକିଟ୍‌, ଯାହାକୁ ଦେଶ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଛବି ମଳିନ କରିବା ପାଇଁ ବ୍ୟବହାର କରୁଛି କଂଗ୍ରେସ। ଏଭଳି ଅଭିଯୋଗ ଆଣିଛି ଭାଜପା।

କୋଭିଡ୍‌-୧୯ ଭାଇରସର ନୂଆ ଷ୍ଟ୍ରେନକୁ ‘ମୋଦି ଷ୍ଟ୍ରେନ’ କିମ୍ବା ‘ଭାରତୀୟ ଷ୍ଟ୍ରେନ’ ବୋଲି ପ୍ରଚାର କରିବା ପାଇଁ କଂଗ୍ରେସ ଏହାର ସୋସିଆଲ ମିଡିଆ ଭଲ୍ୟୁଣ୍ଟର୍ସକୁ ନିର୍ଦ୍ଦେଶ ଦେଇଛି। ଏକ ଟୁଇଟ୍‌ରେ ଏହା ଦାବି କରିଛନ୍ତି ଭାଜପା ପ୍ରବକ୍ତା ସମ୍ବିତ ପାତ୍ର।

” ଅଭାବୀ ଲୋକଙ୍କୁ ମହାମାରୀ ସମୟରେ ସହାୟତା କରିବା ପାଇଁ କଂଗ୍ରେସ ଦ୍ୱାରା ପ୍ରସ୍ତୁତ ଟୁଲକିଟ୍‌କୁ ଦେଖନ୍ତୁ। ବନ୍ଧୁତ୍ୱପୂର୍ଣ୍ଣ ସାମ୍ବାଦିକ ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦିଙ୍କ ଛବିକୁ ମଳିନ କରିବାକୁ କଂଗ୍ରେସର ଏହା ଏକ ଆପ୍ରାଣ ଉଦ୍ୟମ “ ବୋଲି ସମ୍ବିତ ପାତ୍ର ମଙ୍ଗଳବାର ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri