Posted inଜାତୀୟ

‘ଅନ୍ୟ କାନ୍ଧରେ ବନ୍ଧୁକ ରଖି ଚଲାଇବା ରାହୁଲଙ୍କ ଅଭ୍ୟାସ’

ନୂଆଦିଲ୍ଲୀ,୬।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଏକ ଟୁଇଟକୁ ନେଇ ରାଜନୀତି ସରଗରମ ହୋଇଛି। ସେ କୃଷକ ଆନ୍ଦୋଳନର ଏକ ପୁରୁଣା ଫଟୋ ଟୁଇଟ୍‌ କରିବା ପରେ ଭାଜପା ତାଙ୍କ ଉପରେ ବର୍ଷିଛି। ଦଳର ମୁଖପାତ୍ର ସମ୍ବିତ ପାତ୍ର ରାହୁଲଙ୍କୁ ଜବାବ ଦେଇ କହିଛନ୍ତି ଯେ, ଯେତେବେଳେ ଦେଶରେ ବି ଭ୍ରମ ଏବଂ ମିଛ ରାଜନୀତି ହୋଇଥାଏ, ସେଠାରେ ରାହୁଲ ଗାନ୍ଧୀଙ୍କ ହାତ ଥାଏ। ଫଟୋ ଟୁଇଟ୍‌ ହେବା ପରେ ଟ୍ରୋଲରମାନେ ରାହୁଲ ଗାନ୍ଧୀଙ୍କୁ ଟ୍ରୋଲ କରିବା ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ସୋମବାର ଟୁଇଟରରେ ଏକ ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋ ଅତୀତରେ କୃଷକଙ୍କ ଆନ୍ଦୋଳନ ବୋଲି ଜଣାପଡିଛି। କିନ୍ତୁ ରାହୁଲ ଗାନ୍ଧୀ ରବିବାର ଅନୁଷ୍ଠିତ କିସାନ ମହାପଞ୍ଚାୟତ ପ୍ରସଙ୍ଗ କରି ଲେଖିଛନ୍ତି – ରହିଛନ୍ତି। ନିର୍ଭୟରେ ଏଠି ଅଛନ୍ତି, ଭାରତର ଭାଗ୍ୟ ବିଧାତା। ଏନେଇ ସମ୍ବିତ କହିଛନ୍ତି, ରାହୁଲ ଗାନ୍ଧୀ କୃଷକ ଆନ୍ଦୋଳନର ପୁରୁଣା ଫଟୋ ଟୁଇଟ୍‌ କରି ଏହାକୁ ବର୍ତ୍ତମାନର ବୋଲି କହିଛନ୍ତି। ରାହୁଲ ଗାନ୍ଧୀ ଭଲ ଭାବରେ ଜାଣିଛନ୍ତି ଯେ, କଂଗ୍ରେସ ଏବେ ଅଧ୍ୟକ୍ଷ ବିହୀନ, ତେଣୁ କଂଗ୍ରେସ କୌଣସି ପ୍ରସଙ୍ଗ ଉଠାଇବାକୁ ଅସମର୍ଥ। ସେଥିପାଇଁ ସେ ମିଛ ଫଟୋ ମାଧ୍ୟମରେ ରାଜନୀତି କରିବାକୁ ଚେଷ୍ଟା କରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?