ଧୂମୁଛାଇ ଉପନିର୍ବାଚନ ଫଳଫଳ: ଭାଜପା ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀଙ୍କ ବାଜିମାତ୍‌

ବେଲଗୁଣ୍ଠା,୨୪ା୪(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ହୋଇଥିବା ବେଳେ ଆଜି ଭୋଟ୍‌ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯାଇଛି। ଫଳାଫଳ ବିଜେପି ସମର୍ଥିତ ପ୍ରାର୍ଥୀଙ୍କ ସପକ୍ଷରେ ଯାଇଛି। ଭାଜପା ସମର୍ଥିତ ପ୍ରାର୍ଥୀ ଶ୍ୟାମସୁନ୍ଦର ନାୟକ ବିଜେଡି ସମର୍ଥିତ ପ୍ରାର୍ଥୀ ବିନୋଦିନୀ ନାୟକଙ୍କୁ ହରାଇ ଏହି ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ବୁଧବାର ନିର୍ବାଚନ ସରିବା ପରେ ବାଲଟ ବକ୍ସଗୁଡ଼ିକୁ ସୁରକ୍ଷା ବଳୟ ଭିତରେ ଆଣି ବ୍ଲକ କାର୍ଯ୍ୟାଳୟର ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଥିଲା। ଆଜି ପୂର୍ବ ପ୍ରସ୍ତୁତି ମୁତାବକ ସକାଳ ୮ ଘଣ୍ଟାଠାରୁ ଗଣତି ଆରମ୍ଭ ହୋଇ ମଧ୍ୟାହ୍ନ ବାର ଘଣ୍ଟା ପର୍ଯ୍ୟନ୍ତ ପାଞ୍ଚ ରାଉଣ୍ଡରୁ ଗଣତିରେ କରାଯାଇ ଫଳାଫଳ ପ୍ରକାଶ ପାଇଥିଲା। ପ୍ରଥମ ରାଉଣ୍ଡରୁ ହିଁ ଭାଜପା ପ୍ରାର୍ଥୀ ଶ୍ୟାମସୁନ୍ଦର ନାୟକ ଭାଜପା ପ୍ରାର୍ଥୀ ବିନୋଦିନୀଙ୍କଠାରୁ ଆଗୁଆ ରହି ତାଙ୍କ ଠାରୁ ୮୩୪ ଖଣ୍ଡ ଭୋଟ୍‌ ଅଧିକ ପାଇ ବିଜୟ ଲାଭ କରିଥିଲେ। ଏହି ନିର୍ବାଚନ ପ୍ରକ୍ରିୟାରେ ବେଲଗୁଣ୍ଠା ବି ବିଜୟ କୁମାର ପ୍ରଧାନ ନିର୍ବାଚନ ଅଧିକାରୀ ରୂପେ ଦାୟିତ୍ୱ ତୁଲାଇଥିବା ବେଳେ ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ରହିଥିଲେ। ଭଞ୍ଜନଗରରେ ଅତିରିକ୍ତ ଏସ୍‌ପି ରଞ୍ଜନ କୁମାର ଦେ, ଏସ୍‌ ସୁଜିତ୍‌ କୁମାର ନାୟକ,ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନା, ଗାଙ୍ଗପୁର ଥାନା ଅଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ,ବେଲଗୁଣ୍ଠା ଥାନା ଅଧିକାରୀ ବନ ବିହାରୀ ପ୍ରଧାନ, ଜଗନ୍ନାଥପ୍ରସାଦ ଥାନା ଅଧିକାରୀ ପ୍ରମୋଦ କୁମାର ଲେଙ୍କା, ବୁଗୁଡ଼ା ଥାନା ଅଧିକାରୀ ସୀତାଂଶୁ ଶେଖର୍‌ ମାନ୍ଧାତାଙ୍କ ସମେତ ପୋଲିସ ବାହିନୀ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଥିଲେ। ଶ୍ୟାମ ସୁନ୍ଦରଙ୍କ ବିଜୟ ପରେ ଭାଜପା ନେତା ଓ କର୍ମୀ ବାଣ ଫୁଟାଇ ଏବଂ ପରସ୍ପରକୁ ମିଠା ଖୁଆଇ ଖୁସି ମନାଇଥିବା ବେଳେ ଭାଜପା ମହଲରେ ନିରାଶା ଖେଳି ଯାଇଛି ସୋରଡ଼ା ବିଧାୟକ ନୀଳମଣି ବିଷୋୟୀଙ୍କ ଗୋଟି ଚାଳନାର ସୁଫଳ ବୋଲି ଭାଜପା ମହଲରେ ଆଲୋଚନା ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri