ଓଡ଼ିଶାରେ ଭାଜପା-ବିଜେଡି ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ, ଏହି ଫର୍ମୂଲାରେ ହୋଇପାରେ ଆସନ ବୁଝାମଣା !

ଭୁବନେଶ୍ୱର,୬।୩: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା-ବିଜେଡି ମଧ୍ୟରେ ମେଣ୍ଟ ସରକାର ଏକପ୍ରକାର ହେବା ନିଶ୍ଚିତ ବୋଲି କୁହାଯାଉଛି। ଏମିତି ହେଲେ ଉଭୟ ଦଳ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକାଠି ଲଢ଼ିବେ। ଦିଲ୍ଲୀରେ ଅନୁଷ୍ଠିତ ଭାଜପାର କୋର୍‌ କମିଟି ବୈଠକ ପରେ ରୂପରେଖ ସ୍ପଷ୍ଟ ହେବ। ତେବେ ଭାଜପା ୧୩/୧୪ ଏବଂ ବିଜେଡି ୭/୮ ଆସନରେ ଲୋକ ସଭା ନିର୍ବାଚନ ଲଢ଼ିପାରେ। ସେହିଭଳି ବିଧାନସଭାରେ ବିଜେଡି ୯୫/୧୦୦ ଏବଂ ଭାଜପା ୪୬/୫୨ ଆସନରେ ନିର୍ବାଚନ ଲଢ଼ିପାରେ। ଆସନ୍ତା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଏନେଇ ଆଧିକାରୀକ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି।

ନିକଟରେ ରାଜ୍ୟ ସଭା ନିର୍ବାଚନରେ ଭାଜପା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ ଜଣାଇଥିଲା। ଏହାପରଠାରୁ ମେଣ୍ଟ ସରକାର ନେଇ ଆଲୋଚନା ତିବ୍ର ହେଉଥିଲା। ଶେଷରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ‘ଲୋକପ୍ରିୟ ମୁଖ୍ୟମନ୍ତ୍ରୀ’ ବୋଲି କହିଥିଲେ। ଏପରିକି ନବୀନ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା କରିଥିବା ଦେଖାଯାଇଥିଲା।

ବୁଧବାର ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାମାନଙ୍କ ସହ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଥିଲେ। ଏଥିରେ ମେଣ୍ଟ ନେଇ ଆଲୋଚନା ହୋଇଥିବା କୁହାଯାଉଛି। ଅପରପକ୍ଷେ ସନ୍ଧ୍ୟାରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏଥିରେ ରାଜ୍ୟ ଭାଜପାର ନେତାମାନେ ଯୋଗ ଦେଇଛନ୍ତି। ତେବେ ଭାଜପା ଏବଂ ବିଜେଡି କେତେ ଆସନରେ ଲଢ଼ିବେ ଏବଂ କେଉଁ ଫର୍ମୂଲାରେ ରାଜ୍ୟରେ ମେଣ୍ଟ ହେବ ସେନେଇ ଆଧିକାରୀକ ଭାବେ ଘୋଷଣାକୁ ଅପେକ୍ଷା ରହିଛି।

କହିରଖୁଛୁ, ୧୯୯୮ରୁ ୨୦୦୯ ଯାଏ ଓଡ଼ିଶାରେ ଭାଜପା-ବିଜେଡି ମେଣ୍ଟ ସରକାର ଥିଲା। ଏହାପରେ ବିଜେଡି ୨୦୦୯ ସାଧାରଣ ନିର୍ବାଚନ ଏକାକୀ ଲଢ଼ିଥିଲା। ସେହି ନିର୍ବାଚନରେ ବିଜେଡି ୧୦୩ ବିଧାନସଭା ଆସନରେ ଜିତିଥିବା ବେଳେ ଭାଜପାକୁ ମାତ୍ର ୬ଟି ଆସନ ମିଳିଥିଲା। ସେବେଠାରୁ ବିଧାନସଭା ନିର୍ବାଚନରେ ବିଜେଡିକୁ ଅପେକ୍ଷାକୃତ ଅଧିକ ଭୋଟ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri