ଝାରସୁଗୁଡ଼ାରେ ଭାଜପା-ବିଜେଡି ମୁହାଁମୁହିଁ: ଉଭୟ ଗୋଷ୍ଠୀର ୫୦ରୁ ଊର୍ଦ୍ଧ୍ୱ ନେତୃବୃନ୍ଦ ଗିରଫ

ଝାରସୁଗୁଡା ଅଫିସ,୨୪।୪: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରବିବାର ଭାଜପା-ବିଜେଡି ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି । ପୋଲିସ ଉଭୟ ଗୋଷ୍ଠୀର ୫୦ରୁ ଊଦ୍ଧର୍‌ବ ନେତୃବୃନ୍ଦଙ୍କୁ ଗିରଫ କରିଛି । ଏହାପରେ ପରିସ୍ଥିତି ନିୟନ୍ତ୍ରଣାଧିନ ରହିଥିବାବେଳେ ଘଟଣା ଉପରେ ପୋଲିସ ତୀକ୍ଷ୍ଣ ନଜର ରଖିଛି।

ରୋଷେୟା ମୃତ୍ୟୁକୁନେଇ ଜିଲା ଭାଜପା ତରଫରୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକରି ଏସ୍‌ପି କାର୍ଯ୍ୟାଳୟ ଘେରାଉ କରିବା ସହିତ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏଥି ମଧ୍ୟରେ ମୃତ୍ୟୁକୁ ଏକ ସପ୍ତାହ ବିତିଯାଇଥିଲେ ମଧ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବିରୋଧରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଏହାର ପ୍ରତିବାଦରେ ଜିଲା ଭାଜପା ତରଫରୁ ରବିବାର ଝାରସୁଗୁଡା ଟାଉନ ଥାନା ସମ୍ମୁଖରେ ଧାରଣା ଦେବାପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏସମ୍ପର୍କରେ ଖବରପାଇ ଝାରସୁଗୁଡା ସଚେତନ ନାଗରିକ ମଞ୍ଚ ବିରୋଧିଙ୍କ ଗିରଫ ଦାବିରେ ସାମନ୍ତରାଳ ଭାବେ ଥାନା ସମ୍ମୁଖରେ ଧାରଣା ଦେବାପାଇଁ ନିଷ୍ପତ୍ତି ନେଇଥିଲା। ପୋଲିସ ଏହା ଜାଣିପାରି ଥାନା ଅଞ୍ଚଳରେ ୧୪୪ଧାରା ଜାରି କରି ଡାକବାଜି ଯନ୍ତ୍ରରେ ନିଷିଦ୍ଧାଞ୍ଚଳ ଘୋଷଣା କରିଥିଲା। ତଥାପି ଏହାକୁ ଆନ୍ଦୋଳନକାରୀମାନେ ନମାନି ନିଷିଦ୍ଧାଞ୍ଚଳରେ ଧସେଇ ପଶି ବିଭିନ୍ନ ବିରୋଧି ସ୍ଲୋଗାନ ଦେବା ଫଳରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହୋଇ ପରିସ୍ଥିତି ଅଣଆୟତ୍ତ ହୋଇଥିଲା। ପୋଲିସ ସେଠାରେ ପହଞ୍ଚିି ଉଭୟ ଗୋଷ୍ଠୀଙ୍କୁ ବୁଝାସୁଝା କରିଥିଲା। ହେଲେ କିଛି ଫଳ ମିଳି ନ ଥିଲା। ଶେଷରେ ପୋଲିସ ଉଭୟ ଗୋଷ୍ଠୀର ୫୦ ଊଦ୍ଧର୍‌ବ ନେତୃବୃନ୍ଦଙ୍କୁ ଗିରଫ କରିଥିଲା। ଫଳରେ ପରିସ୍ଥିତି ଶାନ୍ତ ପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri