ସିଏଜି ରିପୋର୍ଟକୁ ନେଇ ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୬।୪(ବ୍ୟୁରୋ): ଦୀର୍ଘ ୨୧ ବର୍ଷ ଶାସନ କଲା ପରେ ବିଜେଡି ସରକାର ଆହୁରି ଦୁର୍ନୀତି ଖୋର ଓ ଭଷ୍ଟ୍ରାଚାରୀ ହୋଇଚାଲିଛି। ଓଡିଶାର ପ୍ରାକୃତିକ ସମ୍ପଦକୁ ଲୁଟ୍‌ କରି କିଛି ମୁଷ୍ଟିମେୟ ଅଧିକାରୀଙ୍କୁ ରାଜ୍ୟ ସରକାର ପୋଷିଛନ୍ତ। ଆଇନ କାନୁନ, ନିୟମ, ସମ୍ବିଧାନକୁ ଜଳାଞ୍ଜଳି ଦେଇ ରାଜ୍ୟ ସରକାର ରାଜସ୍ବ ହାନୀ କରାଇବା ଏବଂ ରାଜ୍ୟକୁ ପଛୁଆ କରିବା ସହ ରାଜ୍ୟବାସୀଙ୍କୁ ଦାରିଦ୍ୟ ଆଡକୁ ଠେଲିଦେବା ଚକ୍ରାନ୍ତ ଚଲାଇଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ସିଏଜି ରିପୋର୍ଟ ଅନୁସାରେ ଉଭୟ ବିଦ୍ୟୁତ କ୍ଷେତ୍ର ଏବଂ ଜମି ଦୁର୍ନୀତିରେ ରାଜ୍ୟ ରାଜକୋଷରୁ ବ୍ୟାପକ ଅର୍ଥ କ୍ଷତି ହୋଇଥିବା ପ୍ରମାଣ ହୋଇଛି। ରାଜ୍ୟ ସରକାରଙ୍କ ଭଷ୍ଟ୍ରାଚାର ଯୋଗୁ ବିଦ୍ୟୁତ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ଯୋଗ୍ୟତା ନ ଥିବା ୫ ସଂସ୍ଥାକୁ ରାଜ୍ୟ ସରକାର ଟ୍ରାନ୍ସଫରମର କିଣିବାକୁ ଅନୁମତି ଦେଇଥିଲେ। ୩୬ଟି ଟ୍ରାନ୍ସଫରମର ଲଗାଇବାର ଯୋଗ୍ୟତା ଥିବା ଏକ ଘରୋଇ କମ୍ପାନୀକୁ ୯୫ ଟ୍ରାନ୍ସଫରମର ଲଗାଇବାକୁ ଅନୁମତି ଦିଆଗଲା। ସେହିପରି ବିଭିନ୍ନ କମ୍ପାନୀ ହାତରେ କାମ ମନଇଚ୍ଛା ଦେଇ ଦିଆଗଲା। ଓପିଟିସିଏଲ ପାଖରେ ଟ୍ରାନ୍ସଫରମର ଲଗାଇବାକୁ କ୍ଷମତା ଥିବା ସତ୍ୱେ ଘରୋଇ କମ୍ପାନୀକୁ ଲାଭ ଦେବା ଲାଗି ସୁଯୋଗ ଦିଆଯାଇଛି। ଅନେକ ସ୍ଥାନରେ ସବ୍‌ଷ୍ଟେଶନ ବସାଯାଇନାହିଁ। ଘରୋଇ ପୁଞ୍ଜିପତିଙ୍କ ପାଇଁ ସରକାର ଜମି ମାଫିଆ ସାଜିଛନ୍ତି। ନୂଆ ପଲିସିରେ ଲୋକଙ୍କୁ କ୍ଷତିପୂରଣ ଦିଆଯାଇନାହିଁ। ରାଜ୍ୟ ସରକାର ସରକାରୀ ପ୍ରୋଜେକ୍ଟ ପାଇଁ ଜମି ଅଧିଗ୍ରହଣ ନ କରି ଘରୋଇ କମ୍ପାନୀକୁ ଆବଶ୍ୟକତା ଠାରୁ ଅଧିକ ଜମି ଯୋଗାଇ ଚାଲିଛନ୍ତି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି।
ବିଜେଡି କିନ୍ତୁ ଭାଜପା ଅଭିଯୋଗକୁ ଖଣ୍ଡନ କରିଛି। ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ବିଧି ବିଧାନ ସଂକ୍ରାନ୍ତରେ ଅବହିତ ନ ହୋଇ ଔଷଧ ବିକଳରେ ତାଟିଆ କାମୁଡିଲା ଭଳି ଭାଜପା ନେତ୍ରୀ ସିଏଜି ରିପୋର୍ଟ ଉପରେ ଯେଭଳି ପୁଳାଏ ଅସତ୍ୟ କହିଛନ୍ତି ଯାହା ସମ୍ପୂର୍ଣ୍ଣ, ଅବାସ୍ତବ, କପୋଳକଳ୍ପିତ ଏବଂ ଭିତ୍ତିହୀନ। ଲେଖାଶ୍ରୀ ବୋଧହୁଏ ଜାଣିନାହାନ୍ତି ସିଏଜି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେଲାପରେ ବିଧାନସଭା ପବ୍ଲିକ ଆକାଉଣ୍ଟସ୍‌ କମିଟିରେ ତାର ତର୍ଜମା କରାଯାଏ। ସେହି କମିଟି ଅଧ୍ୟକ୍ଷ ବିରୋଧୀ ଦଳର ନେତା ବିଧାୟକ ପ୍ରଦୀପ୍ତ ନାଏକ। ପବ୍ଲିକ ଆକାଉଣ୍ଟସ୍‌ କମିଟି ତର୍ଜମା କରିବା ପୂର୍ବରୁ ଭାଜପା ନେତ୍ରୀ ତରବରିଆ ଭାବେ ବକ୍ତବ୍ୟ ରଖିବା ତାଙ୍କର ଅଜ୍ଞାନତାକୁ ପରିପ୍ରକାଶ କରୁଛି। ଯଦି ଜଣେ ବିଧାୟକ ଥାଆନ୍ତେ ତେବେ ବିଧି ବ୍ୟବସ୍ଥା ସଂକ୍ରାନ୍ତରେ ଅବଗତ ହୋଇଥାନ୍ତେ। ସିଏଜି ଏ ପ୍ରକାରର ରିପୋର୍ଟ କେନ୍ଦ୍ର ଏବଂ ସମସ୍ତ ରାଜ୍ୟ ସରକାରମାନଙ୍କୁ ପ୍ରଦାନ କରିଥାଆନ୍ତି ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri