ଭୁବନେଶ୍ୱର,୨୬।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସବୁ ଜିଲାରେ ଦୁର୍ନୀତି ହୋଇଥିବା ନେଇ ଭାଜପା ଅଭିଯୋଗ କରିଛି। ଭାଜପାର ଅଭିଯୋଗ ପରେ ବିଜେଡି ମଧ୍ୟ ପଲଟା ଜବାବ ରଖିଛି। ଯଦି ଆବାସ ଯୋଜନରାରେ ଦୁର୍ନୀତି ହେଉଛି, ତେବେ କେଉଁ ଆଧାରରେ ଓଡିଶାକୁ ଏ କ୍ଷେତ୍ରରେ କେନ୍ଦ୍ର ସରକାର ବାରମ୍ବାର ପୁରସ୍କାର ଦେଉଛନ୍ତି ବୋଲି ବିଜେଡି ପାଲଟା ପ୍ରଶ୍ନ କରିଛି। ବିଜେଡିର ଏଭଳି ଯୁକ୍ତିକୁ ନେଇ ମଙ୍ଗଳବାର ପୁଣିଥରେ ଭାଜପା ଶାସକ ଦଳକୁ ଆକ୍ରମଣ କରିଛି। ଏଭଳି ଆବାସ ଦୁର୍ନୀତି କଥାରେ ବିଜେଡି-ଭାଜପା କଳି ତୁଟିବାର ନାଁ ଧରୁନାହିଁ।
ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭଣ୍ଡୁର କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ଷଡଯନ୍ତ୍ର କରୁଛନ୍ତି। ସବୁ ଜିଲାରେ ଗରିବ ଅସହାୟ ଯୋଗ୍ୟ ହିତାଧିକାରୀଙ୍କୁ ଘର ଦେବା ନାଁରେ କୋଟି କୋଟି ଟଙ୍କା ଲୁଟ୍ କରାଯାଉଛି। ଏଥିରେ ଶାସକ ଦଳ ନେତା ଓ ସରକାରୀ ଅଧିକାରୀଙ୍କ ସମ୍ପୃକ୍ତି ଥିବାରୁ ସରକାର କୌଣସି କର୍ଯ୍ୟାନୁଷ୍ଠାନ ନ ନେଇ ଚୁପ୍ ରହୁଛନ୍ତି ା କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପିଠାଗୋଲା ପଞ୍ଚାୟତ ଖରବା ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଦୁର୍ନୀତି ସାମ୍ନାକୁ ଆସିଛି ବୋଲି ଗୋଲକ ଅଭିଯୋଗ କରିଛନ୍ତି।
ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…
ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…
ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…
ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…
ରାତି ୧୦ଟା ପରେ ବାଜିବନି ଲାଉଡ୍ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…
ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍ ଗଲେ ରାଜମିସ୍ତ୍ରୀ
ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…
ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…
ବରଗଡ଼ରେ ସ୍କ୍ରବ୍ ଟାଇଫସ୍ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ
ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…
ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…
ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…
Archives

