ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଦିଗପହଣ୍ଡି,୨୭ା୮(ଅଶେଷନାଥ ମିଶ୍ର): ୫-ଟି ସଚିବଙ୍କ ଦିଗପହଣ୍ଡି ଗସ୍ତ ପୂର୍ବରୁ ପୁଞ୍ଜିକୟାଁ ଛକରେ ଭାଜପା-ବିଜେଡି କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇ ଧସ୍ତାଧସ୍ତି ହୋଇଥିଲା। ବିଜେଡି କର୍ମୀଙ୍କ ଆକ୍ରମଣରେ ୩ ଭାଜପା କର୍ମୀ ଆହତ ହୋଇଥିବା ଭାଜପା ଯୁବନେତା ସିଦ୍ଧାନ୍ତ ଗଙ୍ଗଦେଓ ଅଭିଯୋଗ କରିଛନ୍ତି। ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ଭାଜପା ଜିଲା କୃଷକ ମୋର୍ଚ୍ଚାର ସଭାପତି ମହନ୍ତ ଚିନ୍ମୟାନନ୍ଦ ଦାସ, ଶଙ୍କର ପ୍ରଧାନ ଓ ମିଟୁ ଦୋରା।

ହେଲିପ୍ୟାଡ୍‌ ଠାରୁ ୫-ଟି ସଚିବ ସଭାସ୍ଥଳକୁ ଯାଉଥିବାବେଳେ ଭାଜପା ଜିଲା ଉପସଭାପତି ପରେଶ ଚନ୍ଦ୍ର ରଥ ତାଙ୍କ ଉପରକୁ କାଳିମାଡ କରିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ତାଙ୍କୁ କାବୁ କରି ନେଇଥିଲା। ଭାଜପା କର୍ମୀମାନେ ଗୋ ବ୍ୟାକ୍‌ ନାରା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ୫୦ରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ ପହଞ୍ଚି ଗାଳିଗୁଲଜ କରିଥିଲେ। ପ୍ରାୟ ଅଧଘଣ୍ଟା ଧରି ପୁଞ୍ଜିକୟାଁ ଛକ ରଣକ୍ଷେତ୍ର ପାଲଟିଥିଲା। ବିକ୍ଷୋଭକାରୀଙ୍କୁ ପୋଲିସ୍‌ ଥାନାକୁ ନେଇ ଅଟକ ରଖିଥିଲା। କାର୍ଯ୍ୟକ୍ରମ ପରେ ସେମାନଙ୍କୁ ଛାଡି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri