ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର ସମର୍ଥକଙ୍କ ମଧ୍ୟରେ ମାର୍‌ପିଟ୍‌ ହେବାରୁ ଉତ୍ତେଜନା ପରିସ୍ଥିତି ଉପୁଜିଥିଲା। ଏହାକୁ ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଶତାଧିକ ବିଜେଡି କର୍ମୀ ଟାଉନ ଥାନାରେ ପହଞ୍ଚିଥିବା ବେଳେ ଥାନା ପରିସରରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ଥାନାରେ ଭାଜପା ନେତା ଓ ସମର୍ଥକମାନେ ଖବର ପାଇ ପହଞ୍ଚିଥିବା ଜଣାପଡିଛି। ଫଳରେ ଟାଉନ ଥାନାରେ ସୁରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଏନେଇ ପୋଲିସ ପକ୍ଷରୁ କୌଣସି ସୂଚନା ମିଳିନାହିଁ।

ଘଟଣାରୁ ଜଣାପଡ଼ିଛି ଯେ, ଆଜି ସନ୍ଧ୍ୟାରେ କେନ୍ଦୁଝର ମାଇନିଂ ରୋଡ୍‌ର କୃଷକ ବଜାର ନିକଟରେ ଗାଡ଼ି ପାର୍କିଂ ଯୋଗୁ ରାସ୍ତା ଜାମ ହୋଇଥିଲା। ଏହାକୁ ନେଇ ଭାଜପାର ଜଣେ ନେତା ଓ ବିଜେଡିର ଜଣେ ନେତାଙ୍କ ଭାଇ ମଧ୍ୟରେ ବିତର୍କ ହୋଇଥିଲା। ଏହି ବିତର୍କ ଉଗ୍ର ରୂପ ନେଇଥିଲା। ଏହାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌ ହୋଇଥିଲେ । ଖବର ପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଦଳର କେତେକଙ୍କୁ ଥାନାକୁ ଆଣି ଆସିଥିଲେ। ଖବର ପାଇ ଉଭୟ ଦଳର ସମର୍ଥକମାନେ ଥାନାରେ ପହଞ୍ଚି ନ୍ୟାୟ ଦାବି କରିଥିଲେ। ରାତି ପର୍ଯ୍ୟନ୍ତ ପୋଲିସ ଉଭୟ ଦଳର ନେତାଙ୍କ ସହିତ ଆଲୋଚନା ଜାରି ରଖିଥିବା ବେଳେ ଘଟଣାର ମୋଡ଼ କ’ଣ ହେବ ତାହା ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri