ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିଭିନ୍ନ ଜିଲାରେ ଭାଜପା କର୍ମୀମାନେ ତୀବ୍ର ପ୍ରତିବାଦ କରିଥିବାବେଳେ ଉଭୟ ଦଳର ତୁଙ୍ଗ ନେତାଙ୍କ ଭିତରେ ଆରମ୍ଭ ହୋଇଥିବା ଟୁଇଟ୍‌ ଯୁଦ୍ଧ ରାଜନୈତିକ ପାଣିପାଗକୁ ଉଷ୍ମ କରିଛି। ବୁଧବାର ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଟୁଇଟ୍‌ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ଓଡ଼ିଶା ଟିକା କିଣିବାରେ ଅସମର୍ଥ ହୋଇ କେନ୍ଦ୍ରର ସହଯୋଗ ଲୋଡ଼ିଲା। ଏହାପରେ କେନ୍ଦ୍ର ସହଯୋଗର ହାତ ବଢ଼ାଇଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ଟିକା ଯୋଗାଣ ବ୍ୟବସ୍ଥା କଲେ। ତେଣୁ ସୌଜନ୍ୟତା ଦୃଷ୍ଟିରୁ ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଯିବା କଥା। ହେଲେ ଏହା ନ କରିବା ହୀନମନ୍ୟତାର ପରିଚାୟକ ବୋଲି ଅପରାଜିତା ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ଅପରାଜିତାଙ୍କ ଟୁଇଟ୍‌ର ଜବାବରେ ବିଜେଡି ରାଜ୍ୟ ସଭା ସଦସ୍ୟ ତଥା ମୁଖପାତ୍ର ସସ୍ମିତ ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ ଭାଜପାକୁ ଟାର୍ଗେଟ କରି କହିଛନ୍ତି ଯେ, ଟିକାକରଣ ସାର୍ଟିଫିକେଟରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହୁଛି। ଟିକାକରଣ କେନ୍ଦ୍ରରେ ଫଟୋକୁ ନେଇ ରାଜନୀତି କରିବା ଲଜ୍ଜାଜନକ ବିଷୟ। ସୂଚନାଯୋଗ୍ୟ, ବାଲେଶ୍ୱର ଗାନ୍ଧୀ ସ୍ମୃତିଭବନ ଟିକା କେନ୍ଦ୍ରରେ ଫଟୋକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଉତ୍ତେଜନା ଦେଖାଦେଇଥିଲା। ଟିକା ଦେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ପ୍ଲାକାର୍ଡରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଓ ବିଜେଡି ଲୋଗୋ ଥିବାରୁ ଭାଜପା ପକ୍ଷରୁ ପ୍ରତିବାଦ କରାଯାଇଥିଲା। ଦଳୀୟ କର୍ମୀମାନେ ଟିକାକରଣ କେନ୍ଦ୍ରରେ ଥିବା ପ୍ଲାକାର୍ଡକୁ ଫିଙ୍ଗିଦେଇଥିଲେ। ସୋମବାର ଅନୁଗୋଳ, ବାଲେଶ୍ୱର, ରାୟଗଡ଼ା ଏବଂ ଜୟପୁରରେ ଭାଜପା କର୍ମୀମାନେ ପ୍ରତିବାଦ କରିଥିଲେ। ମଙ୍ଗଳବାର ବ୍ରହ୍ମପୁରରେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା। ଭାଜପାର ଏଭଳି କାର୍ଯ୍ୟକୁ ବିଜେଡି ଅରାଜକତା ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri