ମହିଳା ସଶକ୍ତୀକରଣ ନେଇ ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ମହିଳା ସଶକ୍ତୀରଣ ପ୍ରସଙ୍ଗରେ ବିଜେଡି-ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ପ୍ରସଙ୍ଗରେ ଉଭୟ ଦଳର ନେତାଙ୍କ ଭିତରେ ବର୍ତ୍ତମାନ ଟୁଇଟ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତୀକରଣ କଥା ଉଠାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ପ୍ରସଙ୍ଗରେ ପ୍ରଥମେ ମୁଖ୍ୟମନ୍ତ୍ରୀଙ୍କ କଥାର ସମାଲୋଚନା କରିଥିଲେ। ଏହାପରେ ଧର୍ମେନ୍ଦ୍ରଙ୍କୁ ଟୁଇଟ୍‌ କରି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମାଲୋଚନା କଲେ। ପ୍ରଣବଙ୍କ ଟୁଇଟ୍‌ ଉପରେ ଧର୍ମେନ୍ଦ୍ର କୌଣସି ମନ୍ତବ୍ୟ ଦେଇ ନ ଥିବାବେଳେ ପ୍ରଥମେ ଲେଖାଶ୍ରୀ ସାମନ୍ତସିଂହାର ପରେ ସୋମବାର ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ମହିଳା ମୋର୍ଚ୍ଚ ସଭାପତି ସ୍ମୃତି ପଟ୍ଟନାୟକ ଏବଂ ଟଙ୍କଧର ତ୍ରିପାଠୀଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଦୀପ୍ତ ଟୁଇଟ୍‌ କରି କହିଛନ୍ତି, ପର ଘରେ ବାସନ ମାଜି ଯାହାର ମା ପିଲାଙ୍କୁ ମଣିଷ କରିଥିଲା ପ୍ରଧାନମନ୍ତ୍ରୀ ହେଉଛନ୍ତି ତାଙ୍କ ପୁଅ। ଗରିବ ମା, ଭଉଣୀଙ୍କ ସମସ୍ୟା ମୋଦିଙ୍କଠାରୁ ଆଉ କିଏ ଅଧିକ ବୁଝିଛି ବୋଲି ପ୍ରଦୀପ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?