ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ଭାଜପା କର୍ମୀଙ୍କ ବିରୋଧରେ ନିଆଯାଉନି…

ପାଟଣାଗଡ଼,୪।୯(ସଚ୍ଚିଦାନନ୍ଦ ମହାକୁର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ପରିସରରେ ଗଣ୍ଡଗୋଳ ଘଟଣାରେ ପାଟଣାଗଡ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ଦୁଇ ସହଯୋଗୀଙ୍କୁ ପୋଲିସ ଗିରଫ କରଛି। ତେବେ ଏହି ଘଟଣାରେ ଭାଜପା କର୍ମୀଙ୍କ ବିରୋଧରେ ପୋଲିସ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି। ତେଣୁ ଭାଜପା କର୍ମୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାପାଇଁ ପାଟଣାଗଡ ଥାନା ଅଧିକାରୀଣୀଙ୍କୁ ଭେଟି ବିଜେଡିି ସମର୍ଥିତ ନିର୍ବାଚିତ ପ୍ରତିନିଧି ଦାବିପତ୍ର ପ୍ରଦାନ କରିଛନ୍ତି। ପାଟଣାଗଡ ଥାନା ଅଧିକାରୀଣୀ ତାରାବତୀ ପଧାନଙ୍କୁ ଭେଟି ଦାବିପତ୍ର ଦେଇଥିବାବେଳେ ପୋଲିସ ଆଇନ ଅନୁସାରେ କାର୍ଯ୍ୟକରୁଛି ବୋଲି କହିଛନ୍ତି ପାଟଣାଗଡ ଏସ୍‌ଡିପିଓ ସଦାନନ୍ଦ ପୁଝାରୀ କହିଛନ୍ତି।

ସୂଚନାଯୋଗ୍ୟ,  ପାଟଣାଗଡ଼ ବିଡିଓଙ୍କ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷ ନୀଳକାନ୍ତ ବାଗଙ୍କ ସହ ତାଙ୍କର ୪ଜଣ ସହଯୋଗୀ ମରୁଆଁ ସରପଞ୍ଚଙ୍କ ସ୍ବାମୀ ସ୍ବରୂପ ପରୁଆଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ପାଟଣାଗଡ଼ ଥାନାରେ ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ରବିବାର ବ୍ଲକ ଅଧ୍ୟକ୍ଷ ବାଗଙ୍କୁ ଗିରଫ କରିଥିବା ଜଣାପଡିଛି।

ଶନିବାର ଅପରାହ୍ନରେ ସରପଞ୍ଚଙ୍କ ସ୍ବାମୀ ଓ ତାଙ୍କ ସହ ଯାଇଥିବା ରଞ୍ଜିତ କୁମ୍ଭାର ଓ ଶିଶୁଦେବ ପଟେଲ କୌଣସି କାମକୁ ନେଇ ବିଡିଓଙ୍କ ସହ ଆଲୋଚନା କରୁଥିଲେ । ଏହି ସମୟରେ ବ୍ଲକ ଅଧ୍ୟକ୍ଷ ନୀଳାକାନ୍ତ ବାଗ, ରିଙ୍କୁ ମେହେର, ଜୟଚନ୍ଦ୍ର ନାଗ, ମାଧବ ବାଗ ଓ ଜୟନ୍ତ କୁମ୍ଭାର କାର୍ଯ୍ୟାଳୟକୁ ଆସି ସ୍ବରୂପଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ସେ ଅଭିଯୋଗ କରିଥିଲେ।
ଅପରପକ୍ଷରେ ଜୟଚନ୍ଦ୍ର ନାଗଙ୍କ ଅଭିଯୋଗ ଅନୁସାରେ ସରପଞ୍ଚଙ୍କ ସ୍ବାମୀ ଅନେକ ସମୟରେ ବ୍ଲକ କାର୍ଯ୍ୟାଳୟକୁ ଆସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବାରୁ ଏହାକୁ ବାରଣ କରିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ପାଟଣାଗଡ଼ ଥାନରେ ଲିଖିତ ଅଭିଯୋଗ ପରେ ବ୍ଲକ ଅଧ୍ୟକ୍ଷ ନୀଳକାନ୍ତ ବାଗ ଓ ମାଧବ ବାଗଙ୍କୁ ଥାନାରେ ଅଟକ ରଖି ପୋଲିସ ଅଧିକ ତଦନ୍ତ ଜାରି ରଖିଥିଲା। ଜୟଚନ୍ଦ୍ର ବାଗ ମଧ୍ୟ ତାଙ୍କୁ ମରଣାନ୍ତକ ଆକ୍ରମଣ ସହିତ ଗାଳିଗୁଲଜ ହୋଇଥିବା ନେଇ ଥାନରେ ପାଲଟା ଅଭିଯୋଗ କରିଥିଲେ ।
ଆକ୍ରମଣକୁ ନେଇ ଭାଜପା ଓ ବିଜେଡି କର୍ମୀ ମୁହାଁ ମୁହିଁ ହୋଇଥିଲେ l ରବିବାର ବ୍ଲକ ଆଧ୍ୟକ୍ଷଙ୍କ ସମେତ ଦୁଇ ବିଜେଡି କର୍ମୀଙ୍କୁ ପୋଲିସ ଗିରଫ କରିଥିବା ଥାନା ପକ୍ଷରୁ କୁହାଯାଇଛି।

 

Enter your email to get our daily news in your inbo


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନଘାଟ ଯିବାକୁ ମିଳିଲାନି ରାସ୍ତା, ରୋଡ୍ ଉପରେ ଅନ୍ତିମ ସଂସ୍କାର କଲେ ପରିବାର

ପାଟନା,୩୦ା୧: ବିହାରର ବୈଶାଳୀରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ସୁରକ୍ଷିତ ରାସ୍ତା ନ ପାଇ କ୍ରୋଧିତ ମହାଦଳିତ ପରିବାର ରାସ୍ତାରେ ଜଣେ ବୃଦ୍ଧା ମହିଳାଙ୍କ…

ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ସପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ…

ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ଟାଉନ ପୋଲିସ

ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି…

Featured Video Play Icon

‘ପାଠ ନ ପଢ଼ାଇ ପର୍ସନାଲ କଥା କୁହନ୍ତି ସରୋଜ୍ ସାର୍: ବି-ଏଡ଼୍ ବିଭାଗର ପ୍ରିନ୍ସପାଲ…

ଉତ୍କଳ ବିଶ୍ବଦିଦୟାଳୟ ‘ପାଠ ନପଢ଼ାଇ ପର୍ସନାଲ କଥା କୁହନ୍ତି ସରୋଜ୍ ସାର୍ । ଏମିତି କିଛି ଅଭିଯୋଗ ଉତ୍କଳ ବିଶ୍ବବିଦ୍ୟାଳୟ ବି-ଏଡ଼୍ ବିଭାଗର ପ୍ରିନ୍ସପାଲ ସରୋଜ ସାହୁଙ୍କ…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ…

ମହୁଲରୁ ହେବ ମୃଦୁପାନୀୟ, ଏନ୍‌ଆଇଟି-ଓର୍‌ମାସ୍‌ ମଧ୍ୟରେ ଏମ୍‌ଓୟୁ

ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri