ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ କଲା ଭାଜପା

ଭବାନୀପାଟଣା,୧ା୯(ଉତ୍ତମ କୁମାର ଦାଶ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମା’ଙ୍କ ନାମରେ ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଶାଳୀନ ମନ୍ତବ୍ୟ ଦେବା ଘଟଣାକୁ ନେଇ ସୋମବାର କଳାହାଣ୍ଡି ଜିଲା ଭବାନୀପାଟଣା ଗାନ୍ଧୀ ଛକଠାରେ ଭାଜପା ପକ୍ଷରୁ ରାହୁଲଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରକାଶ ଯେ, ଗତ କିଛିଦିନ ହେବ ବିହାର ନିର୍ବାଚନ ପୂର୍ବରୁ ସାଧାରଣ ଜନତାଙ୍କ ମନରେ ବିଭ୍ରାନ୍ତ ସୃଷ୍ଟି କରିବା ପାଇଁ କଂଗ୍ରେସ ନେତା ଓ ତା’ର ସହଯୋଗୀ ଦଳ ନିର୍ବାଚନ କମିଶନ ଦ୍ୱାରା ଲାଗୁ ହୋଇଥିବା ଏସ୍‌ଆଇଆର୍‌ ବିରୋଧରେ ଜନସଭା ଆୟୋଜନ କରି ଭୋଟରଙ୍କୁ ବିଭ୍ରାନ୍ତ କରିବା ପାଇଁ ଅପଚେଷ୍ଟା ଚଳାଇଥିବା ଭାଜପା ଅଭିଯୋଗ ଆଣିଛି। ବିହାର ଜନତାଙ୍କ ସମର୍ଥନ ମିଳୁ ନ ଥିବା କାରଣରୁ ନିରାଶ ହୋଇ ଶେଷରେ ପ୍ରଧାନମନ୍ତ୍ରୀ ଓ ତାଙ୍କ ମା’ଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଉଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଛି, ଯାହାକୁ ଭାଜପା କଡ଼ା ନିନ୍ଦା କରିଛି। ଏହାକୁ ନେଇ ତୁରନ୍ତ ରାହୁଲ କ୍ଷମା ମାଗନ୍ତୁ ନଚେତ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଜିଲା ସଭାପତି ପୋଡ଼ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜିଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ, ନଗର ସଭାପତି ଚିତ୍ତ ରଞ୍ଜନ ପାତ୍ର, ପୂର୍ବତନ ନଗର ସଭାପତି ସନ୍ତୋଷ ବିଶି, ଜିଲା ସ୍ବଚ୍ଛ ଭାରତ ସଂଯୋଜକ ଲୋକନାଥ ଦୁର୍ଗା ,ଯୁବମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦିବ୍ୟ ଜ୍ୟୋତି ମୁଣ୍ଡ, ଯୁବମୋର୍ଚ୍ଚା ସଭାପତି ବିଜୟଦେବ ସାହୁ, ପ୍ରଦୀପ ଦାସ, ହିମାଂଶୁ ବିଶାଳ, ଜିଲା ମିଡିଆ ସଂଯୋଜକ ନରହରି ପଟ୍ଟନାୟକ ପ୍ରମୁଖଙ୍କ ସମେତ ଅନେକ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri