Posted inଜାତୀୟ

ଭାଜପା ପ୍ରାର୍ଥୀଙ୍କୁ ଗୁଳି

କୋଲକତା,୧୯।୪: ପଶ୍ଚିମବଙ୍ଗର ମାଲଦାଠାରେ ଭାଜପା ପ୍ରାର୍ଥୀଙ୍କୁ ଗୁଳି କରାଯାଇଛି। ମାଲଦା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ଗୋପାଳ ଚନ୍ଦ୍ର ସାହା ରବିବାର ରାତି ୯ଟାରେ ପ୍ରଚାରରୁ ଫେରୁଥିଲେ। ଏହି ସମୟରେ କିଛି ଅଜ୍ଞାତ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହି ଘଟଣାରେ ଗୋପାଳ ଚନ୍ଦ୍ର ସାହା ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଗଳାରେ ଗୁଳି ବାଜିଛି। ତାଙ୍କୁ ମାଲଦା ମାଲଦା ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଏବେ ବି ଗୁରୁତର ରହିଛି। ତୃଣମୂଳ କଂଗ୍ରେସର କାର୍ଯ୍ୟକର୍ତ୍ତାମାନେ ଗୁଳି ଚଳାଇଥିବା ଅଭିଯୋଗ ହୋଇଛି।
ରବିବାର ରାତିରେ ଗୋପାଳ ଚନ୍ଦ୍ର ସାହା ନିର୍ବାଚନ ପ୍ରଚାର ଶେଷ କରିବା ପରେ ତାଙ୍କ କାର୍ଯ୍ୟାଳୟକୁ ଫେରୁଥିଲେ। ଏହି ସମୟ ମଧ୍ୟରେ ଅଜ୍ଞାତ ବ୍ୟକ୍ତିମାନେ ସେମାନଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହି ଘଟଣା ପରେ ମାଲଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଉତ୍ତେଜନା ଦେଖାଦେଇଛି। ଉଲ୍ଲେଖନୀୟ କଥା ହେଉଛି, ଏପ୍ରିଲ ୨୯ରେ ମାଲଦାଠାରେ ଏକ ର୍ନିବାଚନ ହୋଇଛ।ଘଟଣା ପରେ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ଏପର୍ଯ୍ୟନ୍ତ ଏ ବାବଦରେ କୌଣସି ମାମଲା ପଞ୍ଜିକୃତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri