‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ ନୁହେଁ, ଓଡ଼ିଆ ଅସ୍ମିତା, ସ୍ବାଭିମାନ ଓ ସ୍ବାଧୀନତାରେ ପ୍ରଗାଢ଼ ବିଶ୍ୱାସ ରଖନ୍ତି ବୋଲି ଶୁକ୍ରବାର ଅନୁଗୋଳ ଓ ଛେଣ୍ଡିପଦାରେ ନିର୍ବାଚନ ପ୍ରଚାର କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ।
ଅନୁଗୋଳ ଓ ଛେଣ୍ଡିପଦା ନିର୍ବାଚନମଣ୍ଡଳୀରେ ଶୋଭାଯାତ୍ରା କରିବା ସହ ଦଳ ପକ୍ଷରୁ ଆୟୋଜିତ କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଯୋଗ ଦେଇଥିଲେ। ତାଙ୍କ ଉପସ୍ଥିତିରେ ବିଜେଡି ନେତା ଅଶୋକ ପ୍ରଧାନଙ୍କ ସହିତ ୨ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ, ସମର୍ଥକ ଭାଜପାରେ ସାମିଲ ହୋଇଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଥିଲେ, ଗତ ୨୫ ବର୍ଷର ଶାସନରେ ଓଡ଼ିଶାର ବିକାଶ ଅପରିବର୍ତ୍ତିତ ରହିଛି। ଏଥର ନିର୍ବାଚନ ଓଡ଼ିଶାକୁ ଲୁଟ କରିବା ପାଇଁ ଷଡ଼ଯନ୍ତ୍ର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ହେବ। କ୍ରୀତଦାସ ବନାମ ସ୍ବାଭିମାନ ଏବଂ ଓଡ଼ିଆ ଅସ୍ମିତା ପାଇଁ ନିର୍ବାଚନ ହେବ। ବିଜେଡି ସରକାରରେ ରାଜନୈତିକ ଲୋକମାନେ ଅଣଦେଖା ହୋଇଛନ୍ତି। ଗାଁ ଗଣ୍ଡାରେ ପିଇବା ପାଣି ନାହିଁ। ଜଳସେଚନ ବ୍ୟବସ୍ଥା ନାହିଁ। ସ୍କୁଲରେ ଶିକ୍ଷକ ନାହାନ୍ତି। ସ୍ବାସ୍ଥ୍ୟ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। କାମ ପାଇଁ ଲୋକମାନେ ବାହାରକୁ ଯାଉଛନ୍ତି। ନିଶା କାରବାର, ମହିଳାଙ୍କ ଉପରେ ଅତ୍ୟାଚାର ବଢିଛି। ଏହା କ’ଣ ବିକାଶ କି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ କରିଥିଲେ। ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଅତୁଟ ସମର୍ଥନ ବଢିବାରେ ଲାଗିଛି। ଓଡ଼ିଆ ଅସ୍ମିତା ଓ ସ୍ବାଭିମାନର ସୁରକ୍ଷା ପାଇଁ ଏଥର ଓଡ଼ିଶାରେ ଭାଜପା ସରକାର କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ। ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀ ବିଭିନ୍ନ ମନ୍ଦିରକୁ ଯାଇ ଦେବଦେବୀ ଦର୍ଶନ କରିଥିଲେ। ଏହାପରେ ତୁରଙ୍ଗ ପଡିଆରେ ତାଙ୍କ ସହ ଭାଜପାର ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ଅଗସ୍ତି ବେହେରାଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନୁଗୋଳ ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଅଗସ୍ତି ବେହେରାଙ୍କ ସମେତ ଭାଜପା ନେତା ଭକ୍ତି ପ୍ରସାଦ ଦାସ, ମୀରା ଗଡ଼ନାୟକ, ଦିଲୀପ ପ୍ରଧାନ, ଚୌଧୁରୀ ପ୍ରଧାନ, କମଳାକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?