ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି।

ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ବୁଗୁଡ଼ା ମାଳିଝୋଳା ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ୧୦ ହଜାରରୁ ଊର୍ଦ୍ଧ୍ୱ ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ବାହାରି ବୁଗୁଡ଼ା ସହର ପରିକ୍ରମା କରି ବୁଗୁଡ଼ା ପୋଲସରା ମୁଖ୍ୟ ରାସ୍ତା ଦେଇ ପୋଲସରା ସହର ଲୁଣିଘାଟି ପଡ଼ିଆରେ ପହଞ୍ଚି ଥିଲେ। ସେଠାରେ କିଛି ସମୟ ଅଟକିବା ପରେ ପୁଣି ଶୋଭାଯାତ୍ରାରେ ବାହାରି ମାରଦା ମନ୍ଦିରରେ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ପରେ ଛତ୍ରପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସମର୍ଥକଙ୍କ ଉପସ୍ଥିତିରେ ରିଟର୍ନିଂ ଅଫିସରଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଥିଲେ l

ଏହି ଅବସରରେ ଆସିକା ଏମ୍‌ପି ପ୍ରାର୍ଥୀନୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ, ଘୁମୁସର ସାଙ୍ଗଠନିକ ଜିଲା ଉପସଭାପତି ପ୍ରଭାକର ପଣ୍ଡା, ଯୁବ ମୋର୍ଚ୍ଚା ସଭାପତି ଦୀପକ କୁମାର ପ୍ରଧାନ, ଏସି ମୋର୍ଚ୍ଚା ସଭାପତି ଗନ୍ଧମାର୍ଦ୍ଦନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ଏପରିକି ନାରୀନେତ୍ରୀ ଆରତୀ ଦେବୀ, ରୀନାରାଣୀ ଦେବୀ, ଭାଜପା ନେତା ଗଙ୍ଗାଧର ନାୟକ, ଗୀତାଞ୍ଜଳି ନାୟକ, ପ୍ରତିମା ସାହୁ, ପୃଥିବୀରାଜ ଭଞ୍ଜଦେଓ, ଆଇନଜୀବୀ ସୁଶାନ୍ତ କୁମାର ମଳିକ, ମନୋଜ କୁମାର ରଥ, ପ୍ରବିତ୍ର ନାୟକ, ପ୍ରଶାନ୍ତ ପ୍ରଧାନ, ବାବୁଲୀ ନାୟକ, ସୁନୀଲ ପାଢ଼ୀ, ଯୁବନେତା ରାଜେନ୍ଦ୍ର ପାତ୍ର, ରାଜ୍ୟ ପ୍ରଭାରୀ ଦୁର୍ଗା ଚରଣ ପଟ୍ଟନାୟକ, ସୌଯ୍ୟରଞ୍ଜନ ସାହୁ, ଜଗନ୍ନାଥ ସାମଲ, ନାରାୟଣ ସାହୁ, କୃଷ୍ଣ ଚନ୍ଦ୍ର ମହାପାତ୍ର ଏବଂ ସତ୍ୟନାରାୟଣ ସାହୁଙ୍କ ସମେତ ଅନେକ ନେତା, କର୍ମୀ ଏବଂ ସମର୍ଥକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri