Posted inଜାତୀୟ

ଅରୁଣାଚଳ ପ୍ରଦେଶ ଉପନିର୍ବାଚନ: ନିର୍ଦ୍ବନ୍ଦରେ ବିଜୟୀ ହୋଇପାରନ୍ତି ଭାଜପା ପ୍ରାର୍ଥୀ ଶେରିଂଗ ହାମୁ

ଇଟାନଗର,୯ ।୨: ଅରୁଣାଚଳ ପ୍ରଦେଶରେ ହେବାକୁ ଯାଉଥିବା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ ନିର୍ଦ୍ବନ୍ଦରେ ବିଜୟୀ ହେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି । ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଶେରିଂଗ ହାମୁଙ୍କ ବ୍ୟତୀତ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରି ନାହାନ୍ତି । ସେ ହେଉଛନ୍ତି ଏକମାତ୍ର ପ୍ରାର୍ଥୀ । ତେବେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ତାରିଖ ଶେଷ ହେବା ପରେ ଯାଇ ଶୁକ୍ରବାର ତାଙ୍କୁ ବିଜୟୀ ଘୋଷଣା କରାଯିବ । ଜାଂବେ ତାଶିଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ହୋଇଥିଲା । ଏବେ ଏଠାରେ ଉପ ନିର୍ବାଚନ ହେଉଛି । ହାମୁ ପୂର୍ବତନ ବିଧାୟକ ଜାଂବେଙ୍କ ପତ୍ନୀ । ଅରୁଣାଚଳ ପ୍ରଦେଶରେ ତବାଂଗ ଜିଲାର ଲୁମଲା ଆସନରେ ୨୭ ଫେବୃୟାରୀରେ ଭୋଟ ଗ୍ରହଣ ହେବାର ଥିଲା । ଜଣେ ନିର୍ବାଚନ ଅଧିକାରୀ ଏହି ସୂଚନା ଦେଇଛନ୍ତି ।
ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ଥିଲା ମଙ୍ଗଳବାର । ହାମୁଙ୍କ ବ୍ୟତୀତ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରି ନାହାନ୍ତି । ହାମୁଙ୍କ ବିରୋଧରେ ଆଞ୍ଚଳିକ ଦଳ ପିପୁଲ୍ସ ପାର୍ଟି ଅଫ ଅରୁଣାଚଳ(ପିପିଏ) ଜଣେ ଗ୍ରାମ ପ୍ରଧାନକୁ ନିଜ ପ୍ରାର୍ଥୀ କରିଥିଲେ, ହେଲେ ସେ ପରେ ତାଙ୍କ ନାମ ପ୍ରତ୍ୟାହାର କରି ନେଇଥିଲେ । ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଭାଜପା ପ୍ରାର୍ଥୀ ଶେରେଂଗ ହାମୁ ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?