Posted inଜାତୀୟ

ରାଜସ୍ଥାନ, ମଧ୍ୟ ପ୍ରଦେଶ, ଛତିଶଗଡ଼ ପାଇଁ ଭାଜପା ଜାରି କଲା ପ୍ରାର୍ଥି ତାଲିକା

ନୂଆଦିଲ୍ଲୀ,୯।୧୦: ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଭାରତୀୟ ଜନତା ପାର୍ଟି(ଭାଜପା)ତା’ର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଛତିଶଗଡ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ପାଇଁ ଭାଜପା ଏହି ତାଲିକା ପ୍ରକାଶ କରିଛି।
ରାଜସ୍ଥାନରେ ୪୧ ଜଣ ପ୍ରାର୍ଥୀଙ୍କ ତାଲିକା ଭାଜପା ପ୍ରକାଶ କରିଛି। ଛତିଶଗଡରେ ୬୪ ପ୍ରାର୍ଥୀ ଏବଂ ମଧ୍ୟପ୍ରଦେଶରେ ୫୭ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ଛତିଶଗଡ ପାଇଁ ଏହା ହେଉଛି ଭାଜପାର ଦ୍ୱିତୀୟ ତାଲିକା ଏବଂ ମଧ୍ୟପ୍ରଦେଶ ପାଇଁ ତୃତୀୟ ତାଲିକା।
ମଧ୍ୟପ୍ରଦେଶର ବୁଦ୍ଧନିରୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଟିକେଟ ଦିଆଯାଇଛି। ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରଙ୍କୁ ଦତିୟାରୁ ଟିକେଟ ଦିଆଯାଇଛି।
ଏମପି ଦିୟା କୁମାରୀଙ୍କୁ ରାଜସ୍ଥାନର ବିଦ୍ୟାନଗରରୁ ଟିକେଟ ଦିଆଯାଇଛି। ରାଜ୍ୟ ସଭା ଏମପି କିରୋଡିଲାଲ ମୀଣାଙ୍କୁ ସୱାଇ ମାଧୋପୁରରୁ ଟିକେଟ ଦିଆଯାଇଛି। ଏମପି ଭଗୀରଥ ଚୌଧୁରୀ, ବାଲକନାଥ, ନରେନ୍ଦ୍ର କୁମାର ଏବଂ ଦେବ ଜୀ ପଟେଲ ପଟେଲଙ୍କୁ ମଧ୍ୟ ଟିକେଟ ଦିଆଯାଇଛି। ରାଜ୍ୟବର୍ଦ୍ଧନ ସିଂ ରାଠୋରଙ୍କୁ ଜୟପୁରରୁ ଟିକେଟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri